ଘରେ ଶୋଇଥିଲେ ଭଉଣୀ-ଭାଇ: ଆସିଲା ସାପ, ଆଉ ତା’ପରେ…

ଉମରକୋଟ,୯।୯(ସନ୍ତୋଷ ସେନାପତି): ବିଷାକ୍ତ ସାପ କାମୁଡ଼ାରେ ଦୁଇ ଭଉଣୀ ଭାଇଙ୍କ ମୃତ୍ୟୁ । ଏହିଭଳି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ରାଜପୁର ଗ୍ରାମରେ। ପରିବାର ସମସ୍ତ ସଦସ୍ୟ ଖାଇ ସାରି ଶୋଇଥିବା ବେଳେ ଘରେ ଭଉଣୀ, ଭାଇ ମଧ୍ୟ ଶୋଇଥିଲେ। ସେତିକିବେଳେ ଏକ ବିଷଧର ସାପ ଭାଇ ଋତୁରାଜ ହରିଜନ(୯ମାସ) ଏବଂ ଭଉଣୀ ଅମିତା ହରିଜନ(୧୧)ଙ୍କୁ କାମୁଡ଼ି ଦେଇଥିଲା ବୋଲି ପରିବାର ପକ୍ଷରୁ କୁହାଯାଇଛି।

ହେଲେ ପରିବାର ଲୋକେ ପ୍ରଥମେ ଦୁଇ ଶିଶୁକୁ ସ୍ଥାନୀୟ ଗୁଣିଆ ପାଖକୁ ନେଇଥିଲେ। ପରେ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୋର ପ୍ରାୟ ୪ଟାରେ ସେମାନଙ୍କୁ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ହେଲେ ଡାକ୍ତର ଭଉଣୀ, ଭାଇଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପ୍ରଚରିତ ହେବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଯୋଗ୍ୟ, ଆଜି ମଧ୍ୟ ସଚେତନତାର ଅଭାବ ଯୋଗୁ ଲୋକେ ମେଡ଼ିକାଲ ଉପରେ ଭରସା ନ କରି ଗୁଣିଆଙ୍କୁ ଭରସା କରି ଚିକିତ୍ସା କରୁଛନ୍ତି। ଫଳରେ ଦୁଇ ଦୁଇଟି ଜୀବନ ଚାଲିଯାଇଛି ବୋଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।

ଭଉଣୀ, ଭାଇଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିବରେ ବିଳମ୍ବ ହୋଇଥିଲା। ତୁରନ୍ତ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ, ହୁଏତ ସେମାନଙ୍କ ଜୀବନ ବଞ୍ଚି ଯାଇଥାନ୍ତା। ଗ୍ରାମାଞ୍ଚଳରେ ସଚେତନ ଜାରି ରହିଛି ତଥାପି ଆହୁରି ସଚେତନତାର ଆବଶ୍ୟକତା ରହିଛି ବୋଲି ଜିଲା ସ୍ବାସ୍ଥ୍ୟ ଅଧିକାରୀ ସନ୍ତୋଷ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri