ଭାଇଙ୍କୁ ପିଟି ହତ୍ୟା କଲେ ଭାଇ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ପଛପାଖରେ ଥିବା ରାଜୀବ ଆବାସ ଯୋଜନା ଘରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନଭାଇଙ୍କୁ ଡମ୍ବଲ୍ସ(ବାୟାମ ଲୁହା)ରେ ଛେଚି ମଝିଆ ଭାଇ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ ନେହୁରନଗର ୧୦ମ ଗଳି ରାଜୀବ ଅବାସ ଯୋଜନା ବ୍ଲକ୍‌ ବି’ର ୧୦୬ନଂ ଘରେ ରହୁଥିବା ସୁରେନ୍ଦ୍ର ବେହେରା ଓରଫ୍‌ ବୁଡ଼ୁ (୩୧)। ସାନ ଭାଇଙ୍କୁ ହତ୍ୟା କରିବା ପରେ ମଝିଆ ଭାଇ ପୂର୍ଣ୍ଣ ବେହେରା (୩୫) ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରିଛି। ମୃତକଙ୍କ ମା’ ସୀମା ବେହେରାଙ୍କ ଅଭିଯୋଗ କ୍ରମେ ଥାନାରେ ନଂ.୯୪/୨୩ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଘଟଣାସ୍ଥଳରୁ ରକ୍ତଭିଜା ଡମ୍ବଲ୍ସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri