ଟ୍ରକ୍‌ ଧକ୍କାରେ ଭାଇ ମୃତ, ଭଉଣୀ ଗୁରୁତର

ବଅଁରପାଳ, ୨୮ା୧ (ଡି.ଏନ.ଏ.): ସମ୍ପର୍କୀୟ ଭାଇଙ୍କ ମଙ୍ଗନ ଉତ୍ସବରୁ ଫେରୁଥିବା ବେଳେ ଏକ ଟ୍ରକ୍‌ ଧକ୍କାରେ ଭାଇଙ୍କ ମୃତ୍ୟୁ ହୋଇଛି। ତାଙ୍କ ସହ ସ୍କୁଟିରେ ଥିବା ଦାଦା ଝିଅ ଭଉଣୀ ଗୁରୁତର ହୋଇଛନ୍ତି। ଅନୁଗୋଳ ଜିଲା ବଅଁରପାଳ ଥାନା ନିକଟରେ ଶୁକ୍ରବାର ଅପରାହ୍ନ ୪ଟାରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ବଉଳିଗଡ ଗ୍ରାମର ସୁଧାଂଶୁ ଶେଖର ସାହୁ (୨୦)। ଗୁରୁତର ହୋଇଥିବା ଭଉଣୀ ହେଲେ ମିକି ସାହୁ (୧୮)।
ସୂଚନା ଅନୁଯାୟୀ, ବଅଁରପାଳ ବଉଳିଗଡ ଗ୍ରାମର ଅବନୀ ସାହୁଙ୍କ ଝିଅ ମିକି ଓ ଶ୍ରୀକାନ୍ତ ସାହୁଙ୍କ ପୁଅ ସୁଧାଂଶୁ ଶେଖର ଅପା ପୁଅ ଭାଇଙ୍କ ମଙ୍ଗନ ଉତ୍ସବରେ ଯୋଗଦେଇ ତାଳଚେରରୁ ଫେରୁଥିଲେ। ଉଭୟ ସ୍କୁଟି (ନଂ. ଓଡି୧୯ଭି- ୫୧୧୬)ରେ ବଅଁରପାଳ ଥାନା ନିକଟରେ ହୋଇଥିବା ବେଳେ ତାଳଚେର ପାର୍ଶ୍ୱରୁ ଆସୁଥିବା କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡି ୦୯କେ- ୮୦୪୫) ସେମାନଙ୍କୁ ଧକ୍କା ଦେଇଥିଲା। ଖବରପାଇ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁ ଡାକ୍ତର କଟକ ରେଫର କରିଥିଲେ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସୁଧାଂଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ବଅଁରପାଳ ଥାନା ଅଧିକାରୀ ନରେଶ ସାହୁ କହିଛନ୍ତି, ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ନଂ. ୪୩/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri