ଭଉଣୀଙ୍କୁ ପିଟିପିଟି ମାରିଦେଲେ ଭାଇ-ଭାଉଜ

ବାରିପଦା ଅଫିସ,୨୨।୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ପଞ୍ଚାୟତ ବେଗୁନିଆବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ଭଉଣୀଙ୍କୁ ପିଟିପିଟି ମାରି ଦେଇଛନ୍ତି ଭାଇ ଓ ଭାଉଜ । ଖବରପାଇ ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଭାଇ ଓ ଭାଉଜଙ୍କୁ ଥାନାରେ ଅଟକ ରଖିଛି । ବାରିପଦାରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରୁଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍‌ ମେଡିକାଲ ପଠା ଯାଇଛି । ମୃତକ ଜଣକ ହେଲେ ଜବା ବାସ୍କେ ।
ଘଟଣା ଅନୁଯାୟୀ, ଜମିବାଡି ଗଣ୍ଡଗୋଳକୁ ନେଇ ଦୀର୍ଘଦିନ ହେଲା ଉଭୟ ପରିବାର ମଧ୍ୟରେ ଝଗଡ଼ା ଲାଗିରହିଥିଲା । ଏହାକୁ ସମଧାନ କରିବାକୁ ଯାଇ ମଙ୍ଗଳବାର ଉଭୟ ପରିବାରକୁ ନେଇ ଗେଗୁନିଆବନ୍ଧ ଗ୍ରାମରେ ଗ୍ରାମ ମୁଖିଆଙ୍କ ତତ୍ୱବାଧାନରେ ଏକ ବୈଠକ ବସିଥିଲା । ସେହି ସମୟରେ ବିଧବା ଭଉଣୀ ଜବା ହଠାତ ଭାଇମାନଙ୍କ ଉପରେ ରାଗିଯିବା ସହ ବୈଠକ ସ୍ଥାନରେ ଛେପ ପକାଇ ଗାମୁଛା ଫୋପାଡ଼ି ପଳାଇ ଆସିଥିଲେ। ଯାହାକୁ ନେଇ ଭାଇ ବୁଢ଼ାନ ହେମ୍ବ୍ରମ ଏବଂ ଭାଉଜ ମାଳତୀ ହେମ୍ବ୍ରମ ଜବାକୁ ଧରି ଏକ ବାଡ଼ିରେ ନିସ୍ତୁକ ପିଟିଥିଲେ । ଏହାଦେଖି ଗ୍ରାମବାସୀ ବିରୋଧ କରିବାରୁ ଉଭୟ ଭଉଣୀକୁ ସେଠାରୁ ଜୋର ଜବରଦସ୍ତ ଚଲେଇ ଚଲେଇ ବ୍ରାହ୍ମଣଗାଁକୁ ନେଇ ଯାଉଥିଲେ । ନେବା ବାଟରେ ଜବାଙ୍କ ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri