ଭଉଣୀଙ୍କୁ ପିଟିପିଟି ମାରିଦେଲେ ଭାଇ-ଭାଉଜ

ବାରିପଦା ଅଫିସ,୨୨।୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ପଞ୍ଚାୟତ ବେଗୁନିଆବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ଭଉଣୀଙ୍କୁ ପିଟିପିଟି ମାରି ଦେଇଛନ୍ତି ଭାଇ ଓ ଭାଉଜ । ଖବରପାଇ ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଭାଇ ଓ ଭାଉଜଙ୍କୁ ଥାନାରେ ଅଟକ ରଖିଛି । ବାରିପଦାରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରୁଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍‌ ମେଡିକାଲ ପଠା ଯାଇଛି । ମୃତକ ଜଣକ ହେଲେ ଜବା ବାସ୍କେ ।
ଘଟଣା ଅନୁଯାୟୀ, ଜମିବାଡି ଗଣ୍ଡଗୋଳକୁ ନେଇ ଦୀର୍ଘଦିନ ହେଲା ଉଭୟ ପରିବାର ମଧ୍ୟରେ ଝଗଡ଼ା ଲାଗିରହିଥିଲା । ଏହାକୁ ସମଧାନ କରିବାକୁ ଯାଇ ମଙ୍ଗଳବାର ଉଭୟ ପରିବାରକୁ ନେଇ ଗେଗୁନିଆବନ୍ଧ ଗ୍ରାମରେ ଗ୍ରାମ ମୁଖିଆଙ୍କ ତତ୍ୱବାଧାନରେ ଏକ ବୈଠକ ବସିଥିଲା । ସେହି ସମୟରେ ବିଧବା ଭଉଣୀ ଜବା ହଠାତ ଭାଇମାନଙ୍କ ଉପରେ ରାଗିଯିବା ସହ ବୈଠକ ସ୍ଥାନରେ ଛେପ ପକାଇ ଗାମୁଛା ଫୋପାଡ଼ି ପଳାଇ ଆସିଥିଲେ। ଯାହାକୁ ନେଇ ଭାଇ ବୁଢ଼ାନ ହେମ୍ବ୍ରମ ଏବଂ ଭାଉଜ ମାଳତୀ ହେମ୍ବ୍ରମ ଜବାକୁ ଧରି ଏକ ବାଡ଼ିରେ ନିସ୍ତୁକ ପିଟିଥିଲେ । ଏହାଦେଖି ଗ୍ରାମବାସୀ ବିରୋଧ କରିବାରୁ ଉଭୟ ଭଉଣୀକୁ ସେଠାରୁ ଜୋର ଜବରଦସ୍ତ ଚଲେଇ ଚଲେଇ ବ୍ରାହ୍ମଣଗାଁକୁ ନେଇ ଯାଉଥିଲେ । ନେବା ବାଟରେ ଜବାଙ୍କ ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?