Posted inଫୁରସତ

ରୀତିନୀତି ପାଳନ କରିବେ କ’ଣ, ସତସତିକା ନିମ୍ବ ବାଡ଼ିରେ ନୂଆ ଭାଉଜଙ୍କୁ ପିଟିବାକୁ ଲାଗିଲେ ଦିଅର; ପରେ ଘଟିଲା…

ଦେଶର ବିଭିନ୍ନ ସ୍ଥାନରେ ବିବାହକୁ ନେଇ ଭିନ୍ନ ଭିନ୍ନ ରୀତିନୀତି ରହିଛି। ବେଳେବେଳେ ସେଗୁଡ଼ିକ ବହୁତ ମଜାଦାର ହୋଇଥାଏ। ଆଜିକାଲି ସୋସିଆଲ ମିଡିଆରେ ଏଭଳି ବିବାହ ସମାରୋହର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ରୀତିନୀତି ମୁତାବକ ଭାଉଜଙ୍କୁ ବାଡି ମାରିବା ବଦଳରେ ଦିଅର ସତସତିକା ପିଟୁଥିବା ଦେଖିବାକୁ ମିଳିଛି। ଏହାପରେ ବର ରାଗିଯାଇ ଭାଇଙ୍କୁ ମାଡ ମାରୁଥିବା ଦେଖାଯାଇଛି।

ଭିଡିଓଟି କେଉଁ ଅଞ୍ଚଳର ତାହା ସ୍ପଷ୍ଟ ହୋଇନ ଥିଲେ ହେଁ ସୋସିଆଲ ମିଡିଆରେ ଏହା ବେଶ ଭାଇରାଲ ହୋଇଛି। ଲୋକମାନେ ଏହା ଉପରେ ବିଭିନ୍ନ ପ୍ରକାରର ମତାମତ ଦେଉଛନ୍ତି। କିଛି ଲୋକ ଭିଡିଓ ଦେଖି ହସୁଥିବା ଇମୋଜି ଦେଇଥିବା ବେଳେ କିଛି ନବବଧୂଙ୍କୁ ପିଟିବାର ଏଭଳି ପରମ୍ପରା ଉପରେ ପ୍ରଶ୍ନ ଉଠାଇଛନ୍ତି।

ଭାଇରାଲ ଭିଡିଓରେ ଦିଅର ଭାଉଜ ପରସ୍ପରକୁ ନିମ୍ବ ଡାଳରେ ପିଟୁଥିବା ଦେଖାଯାଉଛି। ପ୍ରଥମରେ ସବୁକିଛି ସାଧାରଣ ଭଳି ଲାଗୁଥିଲେ ହେଁ କିଛି ସେକେଣ୍ଡ ପରେ ସବୁକିଛି ବଦଳିଯାଉଛି। ଦେଖୁଦେଖୁ ମିଛମିଛକା ନୁହେଁ ବରଂ ସତରେ ଭାଉଜଙ୍କୁ ଦିଅର ଜୋର୍‌ରେ ପିଟିବାରେ ଲାଗୁଛନ୍ତି। ଏହାଦେଖି ସେଠାରେ ଉପସ୍ଥିତ ଅନ୍ୟମାନେ ଚକିତ ହୋଇଯାଉଛନ୍ତି। ଏପରିକି ନବବଧୂ ମଧ୍ୟ କିଛି ବୁଝିପାରୁ ନାହାନ୍ତି। ଠିକ୍‌ ସେତିକି ବେଳେ ବର ସେଠାରେ ପହଞ୍ଚି ଭାଇଙ୍କୁ ପିଟୁଛନ୍ତି। ଏହା ଦେଖିବାକୁ ଚଳଚ୍ଚିତ୍ରର ଦୃଶ୍ୟ ଭଳି ଲାଗୁଛି। ଶେଷରେ ବରର ମା’ ଘଟଣାସ୍ଥଳରେ ପହଞ୍ଚି ଉଭୟ ପୁଅଙ୍କୁ ବୁଝାସୁଝା କରୁଛନ୍ତି। ଏପରି ଭାବେ ବିବାହର ଉକ୍ତ ରୀତିନୀତି ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri