ଦିଅରର ଛୁରା ମାଡ଼ରେ ଗଲା ଭାଉଜଙ୍କ ଜୀବନ

ଲାଠୋର,୫ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସାହାଜପାଣି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିଅର ଅନୀଲ ମେହେର(୨୪)ଙ୍କ ଛୁରାମାଡରେ ଭାଉଜ ସୂର୍ଯ୍ୟକାନ୍ତି ମେହେର(୩୮)ଙ୍କ ମୃତ୍ୟୁ ଘଟିଛି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଦିଅର ଫେରାର ହୋଇଯାଇଛନ୍ତି। ତାଙ୍କୁ ଧରିବା ପାଇଁ ପ୍ରୟାସ ଚାଲିଛି ବୋଲି ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ସୂର୍ଯ୍ୟକାନ୍ତି ଏବଂ ଚାରିପିଲାଙ୍କୁ ନେଇ ବଡଭାଇ କ୍ଷୀରଧର ରହୁଥିବା ବେଳେ ସାନଭାଇ ଅନୀଲ ମାଁଙ୍କୁ ନେଇ ଅଲଗା ରହୁଥିଲେ। ତଥାପି ଉଭୟ ପରିବାର ମଧ୍ୟରେ ପାରିବାରିକ ଗଣ୍ଡଗୋଳ ଲାଗି ରହିଥିଲା। ବୁଧବାର ସକାଳେ କୌଣସି କାରଣକୁ ନେଇ ଉଭୟ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ସାହି ପଡିଶାଙ୍କ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ରାତିରେ ସୂର୍ଯ୍ୟକାନ୍ତି ନିଜ କାକିଶାଶୁଙ୍କ ସହ ଅଗଣାରେ ବସିଥିବା ବେଳେ ଅନୀଲ ଏକ ଛୁରାରେ ଭାଉଜ ସୂର୍ଯ୍ୟକାନ୍ତିଙ୍କୁ ଆକ୍ରମଣ କରିଥିଲେ। ପରେ ବାଇକ୍‌ ଧରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ସୂର୍ଯ୍ୟକାନ୍ତିଙ୍କୁ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପାଟଣାଗଡ଼ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ମୃତକଙ୍କ ପରିବାର ପକ୍ଷରୁ ଲାଠୋର ଥାନାରେ ଏତଲା ଦିଆଯାଇଥିଲା। ଏତଲାକୁ ଭତ୍ତି କରି ଦଫା ୩୦୨ରେ ଏକ ମାମଲା(ନଂ. ୧୦୫/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri