ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ ପୁତୁରାଙ୍କୁ ଦେଢଶୁର ଏକ ଟାଙ୍ଗିଆରେ ହାଣିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି।

ପୋଲିସ ଅଭିଯୁକ୍ତ ଦଲକାବାହାଲ ଗ୍ରାମର ଲୁଚନ ପିଙ୍ଗ ଓରଫ କୁଜୁର(୩୫)ଙ୍କୁ ଶୁକ୍ରବାର ଗିରଫ କରି କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ମୃତକ ହେଲେ ଲୁଚନଙ୍କ ସାନଭାଇ ପରମେଶ୍ୱରଙ୍କ ସ୍ତ୍ରୀ ପୂର୍ଣ୍ଣିମା (୨୫) ଓ ତାଙ୍କ ଦୁଇ ବର୍ଷର ଶିଶୁପୁତ୍ର ଜାଶୁଂକ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି।

ତେବେ ଲୁଚନ ଜଣେ ବଦରାଗୀ ପ୍ରକୃତିର ହୋଇଥିବାରୁ ଏଭଳି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ପରମେଶ୍ୱରଙ୍କ ରିପୋର୍ଟ ଆଧାରରେ ପୋଲିସ ଗୋବିନ୍ଦପୁର ଥାନାରେ ଏକ ହତ୍ୟା ମାମଲା (ନଂ. ୭୬/୨୦୨୪) ରୁଜୁ କରିଛି। ମା’ ଓ ପୁଅଙ୍କ ମୃତଦେହ ଜବତ କରି ବାମରା ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇଛି। ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରାଯାଇଛି। କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ପରମେଶ୍ୱର କୌଣସି କାମରେ ଗୁରୁବାର ସମ୍ବଲପୁରକୁ ଯାଇ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ସ୍ବାମୀଙ୍କ ଅନୁପସ୍ଥିତି କାରଣରୁ ପୂର୍ଣ୍ଣିମା ତାଙ୍କ ପିଉସୀ କମଳାଙ୍କୁ ଡାକି ଘରେ ଶୋଇଥିଲେ। ଲୁଚନ ପ୍ରାୟ ସାଢେ ୯ଟାରେ ତାଙ୍କ ଘରକୁ ଆସି କବାଟ ବାଡେଇଥିଲେ। ମାତ୍ର କେହି କବାଟ ନ ଖୋଲିବାରୁ ରାଗିଯାଇ କବାଟ ଭାଙ୍ଗି ଘରକୁ ପଶି ଏଭଳି ହତ୍ୟାକାଣ୍ଡ ଘଟାଇଥିଲେ।

ରାତି ପ୍ରାୟ ୯ଟା ୪୫ଟାରେ ଲୁଚନ ଫୋନ କରି ପରମେଶ୍ୱରଙ୍କୁ କହିଥିଲେ, ‘ତୋ ସ୍ତ୍ରୀ ଓ ପୁଅକୁ ମାରି ଦେଇଛି’। ତେଣୁ ବ୍ୟସ୍ତବିବ୍ରତ ହୋଇ ପରମେଶ୍ୱର ଘରକୁ ଆସି ଦେଖିବାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘର ଚଟାଣରେ ଉଭୟଙ୍କ ମୃତଦେହ ପଡିଥିଲା। ପିଉସୀଙ୍କ ଆଖି ସାମ୍ନାରେ ହିଁ ଏଭଳି ବିଭତ୍ସ କାଣ୍ଡ ଘଟିଥିଲା। ପରମେଶ୍ୱରଙ୍କ ଅନ୍ୟ ୩ପିଲା ଅନ୍ୟ କୋଠରୀରେ ଶୋଇଥିବାରୁ ସୌଭାଗ୍ୟବଶତଃ ସେମାନେ ବର୍ତ୍ତିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri