ଭିଣୋଇଙ୍କ ଉପରେ ଏତେ ରାଗ, ଶଳାଙ୍କ ଆଖିବୁଜା ଗୁଳିମାଡ଼ରେ…

କଣ୍ଟାମାଳ,୨୦।୧୧( ଆଦିତେଶ୍ୱର ମିଶ୍ର)-  ବୌଦ୍ଧ ଜିଲା  ମନମୁଣ୍ଡା ଥାନା ତିଲପଙ୍ଗା ଗାଁରେ ଗୁରୁବାର ସାରେ ଅଭାବନୀୟ ଘଟଣା ଘଟିଛି। ଶଳାଙ୍କ ଗୁଳିମାଡ଼ରେ ଭିଣୋଇ ଗୁରୁତର ହୋଇଥିବା ଜଣାପଡିଛି।

ସୂଚନା ମୁତାବକ,  ବାଉଁଶୁଣୀ ଥାନା ଗୁଡ଼ପଡ଼ା ଗ୍ରାମର ବ୍ୟୋମକେଶ ଖଟୁଆ(୨୫)  ଶ୍ୱଶୁର ଘର  ତିଳପଙ୍ଗା ଗ୍ରାମକୁ ଯାଇଥିଲେ। କୌଣସି କାରଣରୁ ସାରେ ଶଳାଙ୍କ ସହ ବଚସା ହୋଇଥିଲା। ଏଥିରେ ଶଳା ରାଗି ଯାଇ  ଗୁଳି ଚାଳନା କରିଥିଲେ। ଫଳରେ ଗୁଳିମାଡ଼ରେ ବ୍ୟୋମକେଶ ଗୁରୁତର ହୋଇପଡିଥିଲେ। ପ୍ରଥମେ ତାଙ୍କୁ  ବାଉଁଶୁଣୀ ମେଡିକାଲକୁ  ନିଆଯାଇଥିଲା । ତାଙ୍କର ୫ରୁ ୬ ଜାଗାରେ ଗୁଳି ବାଜିଥିବା ଜଣାପହିଛି । ଗୁରୁତର ଥିବାରୁ ଭିଣୋଇଙ୍କୁ ସୋନପୁର  ମେଡିକାଲକୁ ନିଆଯାଇଥିଲା। ସେଠାରୁ ବୁର୍ଲା ପଠାଯାଇଛି । ଏନେଇ ମନମୁଣ୍ଡା ଥାନା ଅଧିକାରୀ ସସ୍ମିତା ମଗରକୁ ପଚାରିବାରୁ  ଆମକୁ ଗୁଳିକାଣ୍ଡ ନେଇ ଖବର ମିଳିଛି। ଘଟଣାସ୍ଥଳକୁ ପୋଲିସ ଯାଉଥିବା ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri