ଭାଉଜକୁ ଛୁରି ଭୁସି ଫେରାର ହୋଇଯାଇଥିଲେ ଦିଅର: ୪ ବର୍ଷ ପରେ…

ବଲାଙ୍ଗୀର,୨୨।୧୧(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ସାହାଜପାଣି ଗ୍ରାମର ଅନିଲ ମେହେର(୨୯) ନାମକ ଜଣେ ହତ୍ୟା ଅଭିଯୁକ୍ତଙ୍କୁ ୫ ବର୍ଷ ପରେ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ଅନିଲଙ୍କୁ ପୋଲିସ ଶୁକ୍ରବାର ପାଟଣାଗଡ଼ କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁସାରେ, ଅନିଲଙ୍କ ନିଜ ବଡ଼ଭାଇ କ୍ଷୀରଧର ମେହେରଙ୍କ ସହ ପଡୁ ନ ଥିଲା। ଦୁଇଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ହେଉଥିଲା। ଗତ ୨୦୨୧ ଅଗଷ୍ଟ ୪ ସନ୍ଧ୍ୟାରେ ବଡ଼ଭାଇ ଘରେ ଅନୁପସ୍ଥିତ ଥିବା ସୁଯୋଗ ନେଇ ଭାଉଜ ସୂର୍ଯ୍ୟକାନ୍ତି ମେହେର(୩୮)ଙ୍କୁ ଏକ ଧାରୁଆ ଛୁରିରେ ଆକ୍ରମଣ କରି ଘରୁ ଫେରାର୍‌ ହୋଇଯାଇଥିଲେ। ସୂର୍ଯ୍ୟକାନ୍ତିଙ୍କୁ ସଙ୍ଗେସଙ୍ଗେ ପାଟଣାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କ୍ଷୀରଧର ଘଟଣାକୁ ନେଇ ଲାଠୋର ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ଥାନାରେ ଏକ ମାମଲା (ନଂ.୧୦୫/୨୦୨୧) ରୁଜୁ ହୋଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଖୋଜି ଚାଲିଥିଲା। ୫ ବର୍ଷ କାଳ ଅନିଲ ପୋଲିସ ଆଖିରେ ଧୂଳିଦେଇ ବେଙ୍ଗାଲୁରୁ ଚାଲିଯାଇଥିଲେ। ସେଠାରେ ସେ ଜଣେ ଯୁବତୀଙ୍କୁ ବିବାହ ହୋଇ ଏକ କମ୍ପାନୀରେ କାମ କରୁଥିଲେ। ୫ ବର୍ଷ କାଳ ପୋଲିସ ଅନିଲଙ୍କୁ ଗିରଫ କରିବାରେ ବିଫଳ ହେବାରୁ ପାଟଣାଗଡ଼ କୋର୍ଟରୁ ଅନିଲଙ୍କ ନାମରେ ୱାରେଣ୍ଟ ବାହାରିଥିଲା। ଉକ୍ତ ୱାରେଣ୍ଟକୁ ଭିତ୍ତିକରି ବର୍ତ୍ତମାନର ଲାଠୋର ଥାନା ଅଧିକାରୀ ରମାକାନ୍ତ ସାହୁ ତଦନ୍ତ ଆରମ୍ଭ କରିଥିଲେ। ସେ କୌଣସି ସୂତ୍ରରୁ ଖବରପାଇ ୪ ଜଣିଆ ପୋଲିସ ଟିମ୍‌କୁ ନେଇ ବେଙ୍ଗାଲୁରୁ ଯାଇଥିଲେ। ସେଠାକୁ ଯାଇ ଅନିଲଙ୍କୁ ଗିରଫ କରି ଲାଠୋର ଥାନାକୁ ଆଣିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri