ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ

ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ (୩୩)ଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଲିଲି ମଳିକ (୩୨)ଙ୍କ ଜୀବନ ଯାଇଛି। ଅଭିଯୁକ୍ତଙ୍କ କ୍ରୋଧରୁ ବର୍ତ୍ତିନାହାନ୍ତି ୫ ବର୍ଷର ଝିଆରି ଅଭୀସା। ତେବେ ସୌଭାଗ୍ୟବଶତଃ ସେ ବର୍ତ୍ତିଯାଇଛନ୍ତି। ହତ୍ୟାକାଣ୍ଡ ଘଟାଇବା ପରେ ଆତଙ୍କ ସୃଷ୍ଟି କରିଥିବା ରବୀନ୍ଦ୍ରଙ୍କୁ ପୋଲିସ କାବୁ କରିଛି। ମୃତ ମହିଳାଙ୍କ ସ୍ବାମୀ ଅଭିମନ୍ୟୁ ମଳିକଙ୍କ ଅଭିଯୋଗ ଅନୁଯାୟୀ ନଂ. ୨୩୫/୨୦, ଦଫା ୩୨୪, ୩୦୨ରେ ଏକ ମାମଲା ରୁଜୁ କରାଯାଇଛି।
ଏତଲାରେ ଦର୍ଶାଯାଇଛି, ରବିବାର ରାତିରେ ଅଭିମନ୍ୟୁ ଫସଲ ଜଗିବାକୁ ଜମିକୁ ଯାଇଥିଲେ। ସ୍ତ୍ରୀ ଲିଲି ଏବଂ ଝିଅ ଅଭୀସା ଘରେ ଶୋଇଥିଲେ। ଏହି ସମୟରେ ଭାଇ ରବୀନ୍ଦ୍ର ଗାଳିଗୁଲଜ କରିବା ଆରମ୍ଭ କରିଥିଲେ। ଶୋଇଥିବା ଅବସ୍ଥାରେ ଘରେ ପଶି ସ୍ତ୍ରୀଙ୍କୁ ହାଣି ଦେଇଥିଲେ। ଟାଙ୍ଗିଆ ଚୋଟରେ ଅଭୀସାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ସେ ଜୀବନ ବିକଳରେ ଦୌଡ଼ି ପଳାଇବା ସହ ଚିତ୍କାର କରିଥିଲେ। ପାଖପଡ଼ୋଶୀମାନେ ଆସିବା ବେଳକୁ ରବୀନ୍ଦ୍ର ଟାଙ୍ଗିଆ ବୁଲାଉଥିଲେ। ସୂଚନା ପାଇ ଥାନାଧିକାରୀ ଜିତେନ୍ଦ୍ର ସାହୁ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରିଥିଲେ। ୧୦୮ ଆମ୍ବୁଲାନ୍ସରେ ଲିଲିଙ୍କୁ ଭୁବନ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚିକିତ୍ସା ପରେ ଅଭୀସା ସୁସ୍ଥ ଅଛନ୍ତି। ସୋମବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ରବୀନ୍ଦ୍ରଙ୍କ ମାନସିକ ଅବସ୍ଥା ଠିକ୍‌ ନାହିଁ। ପାରିବାରିକ କହଳକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରିଛି। ତଦନ୍ତ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri