ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଦିଅର ହରି ଦେଉରୀ ତାଙ୍କ ଭାଉଜଙ୍କୁ ଏକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲା। ଉକ୍ତ ମହିଳାଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପୋଲିସ ଉକ୍ତ ଦିଅର ହରିକୁ ଅଟକ ରଖି ତଦନ୍ତ କରୁଛି।

 

Dharitri – Odisha’s No.1 Odia Daily

 

Share