ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର ଘର ନିକଟ ଆମ୍ବ ତୋଟାରେ ଆମ୍ବ ଗୋଟାଉ ଥିଲେ। ସେତିକିବେଳେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ଘଟି ବର୍ଷା ହେବାସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ଭାଉଜ-ଦିଅର ଗୁରୁତର ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି। ପୋଲିସ ମୃତଦେହ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।