ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍‌(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଚୌଧୁରୀ ପ୍ରବୀର କୁମାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି । ଏହା ସହିତ ୧୦ହଜାର ଟଙ୍କା ଜରିମାନା ଓ ଅନାଦେୟ ଅଧିକ ୪ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ହେଲେ ଖୁଣ୍ଟା ଥାନା ଅଧୀନ ଆରପଟା ପଞ୍ଚାୟତ ଧାଉଁଡିଆ ଗ୍ରାମର ହରିଶଚନ୍ଦ୍ର ରାଉତ। ପାରିବାରିକ ଗଣ୍ଡଗୋଳକୁ ନେଇ ୨୦୧୩ ଡିସେମ୍ବର ୯ରେ ହରିଶଚନ୍ଦ୍ର ତାଙ୍କ ବଡ଼ଭାଇ ଲକ୍ଷ୍ମୀଧରଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ବାପା ଗଣନାଥ ରାଉତଙ୍କ ଅଭିଯୋଗ କ୍ରମେ ଖୁଣ୍ଟା ଥାନା ପୋଲିସ ହରିଶଚନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସରକାରୀ ଆଇନଜୀବୀ କୃଷ୍ଣଚନ୍ଦ୍ର ଦାଶ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri