ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ. ନୂଆଗାଁ ଥାନା ଏଏସଆଇ ସି.ତାରକେଶର ରାଓ ଅଭିଯୁକ୍ତ ଭାଇ ତୋଫାନ ନାଇକଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛନ୍ତି। ତାଙ୍କ ନିକଟରୁ ଘଟଣାରେ ବ୍ୟବହୃତ ଠେଙ୍ଗାକୁ ଜବତ କରାଯାଇଛି।
ଥାନା ମାମଲା ନଂ.୪୩୮/୨୫ ଅନୁଯାୟୀ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ମଙ୍ଗଳବାର ରାତିରେ ତୋଫାନ ନିଶାସକ୍ତ ଅବସ୍ଥାରେ ଭଉଣୀ ପୂର୍ଣ୍ଣବାସୀ ନାଇକଙ୍କୁ ଆପତ୍ତିଜନକ ଭାଷାରେ ଗାଳିଗୁଲଜ କରିବା ସହ ଅସଦାଚରଣ କରିଥିଲେ। ସେ ଏବଂ ତାଙ୍କ ଝିଅ ପ୍ରତିବାଦ କରିବାରୁ ଅଭିଯୁକ୍ତ ଉଭୟଙ୍କୁ ମାଡମାରି ଲହୁଲୁହାଣ କରିଥିଲେ। ଏଥିରେ ପୂର୍ଣ୍ଣବାସୀଙ୍କ ଝିଅ ଶାଳିନୀ ନାଇକ(୧୩) ଡାହାଣ ଗୋଡ଼ ଭାଙ୍ଗି ଯାଇଥିଲା। ଏହି ସମୟରେ ତୋଫାନଙ୍କ ଅନ୍ୟ ଏକ ଭଉଣୀ ସୁକାନ୍ତି ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କ ଘରର ଗ୍ରୀଲ ଭାଙ୍ଗି ସୁକାନ୍ତି ଓ ତାଙ୍କର ୨ ବର୍ଷର ଶିଶୁକୁ ମଧ୍ୟ ଆକ୍ରମଣ କରିଥିଲେ। ଶାଳିନୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣାର ପରଦିନ ସୁକାନ୍ତି ଏନେଇ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri