ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ. ନୂଆଗାଁ ଥାନା ଏଏସଆଇ ସି.ତାରକେଶର ରାଓ ଅଭିଯୁକ୍ତ ଭାଇ ତୋଫାନ ନାଇକଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛନ୍ତି। ତାଙ୍କ ନିକଟରୁ ଘଟଣାରେ ବ୍ୟବହୃତ ଠେଙ୍ଗାକୁ ଜବତ କରାଯାଇଛି।
ଥାନା ମାମଲା ନଂ.୪୩୮/୨୫ ଅନୁଯାୟୀ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ମଙ୍ଗଳବାର ରାତିରେ ତୋଫାନ ନିଶାସକ୍ତ ଅବସ୍ଥାରେ ଭଉଣୀ ପୂର୍ଣ୍ଣବାସୀ ନାଇକଙ୍କୁ ଆପତ୍ତିଜନକ ଭାଷାରେ ଗାଳିଗୁଲଜ କରିବା ସହ ଅସଦାଚରଣ କରିଥିଲେ। ସେ ଏବଂ ତାଙ୍କ ଝିଅ ପ୍ରତିବାଦ କରିବାରୁ ଅଭିଯୁକ୍ତ ଉଭୟଙ୍କୁ ମାଡମାରି ଲହୁଲୁହାଣ କରିଥିଲେ। ଏଥିରେ ପୂର୍ଣ୍ଣବାସୀଙ୍କ ଝିଅ ଶାଳିନୀ ନାଇକ(୧୩) ଡାହାଣ ଗୋଡ଼ ଭାଙ୍ଗି ଯାଇଥିଲା। ଏହି ସମୟରେ ତୋଫାନଙ୍କ ଅନ୍ୟ ଏକ ଭଉଣୀ ସୁକାନ୍ତି ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କ ଘରର ଗ୍ରୀଲ ଭାଙ୍ଗି ସୁକାନ୍ତି ଓ ତାଙ୍କର ୨ ବର୍ଷର ଶିଶୁକୁ ମଧ୍ୟ ଆକ୍ରମଣ କରିଥିଲେ। ଶାଳିନୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣାର ପରଦିନ ସୁକାନ୍ତି ଏନେଇ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri