ଭଉଣୀକୁ ବଳାତ୍କାର କଲେ ଭାଇ: ପାଇଖାନାକୁ ନେଇ ହାତଗୋଡ଼ ବାନ୍ଧି କଲେ ଏମିତି କାମ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ସବ ଡିଭିଜାଲ ଅଧୀନରେ ଦିନକୁ ଦିନ ବଳାତ୍କାର ଓ ଗଣବଳାତ୍କାର ବଢି ଚାଲିଛି। ଏହାକୁ ନେଇ ପୋଲିସ ପାଇଁ ମୁଣ୍ଡ ବିନ୍ଧା ପାଲଟିଛି l ଗତ ଏକ ମାସ ମଧ୍ୟ୍ୟରେ ଗୋଳନ୍ଥରା ଓ ଗୋପାଳପୁର ଥାନା ଅଞ୍ଚଳରେ ଗଣବଳାତ୍କାର ଘଟଣା ସାରା ରାଜ୍ୟରେ ହାଇଚଇ ହୋଇଥିଲା l ପୁଣି ଏକ ଲଜ୍ୟା ଘଟଣା ଦେଖିବାକୁ ମିଳିଛି l ଗୋଳନ୍ଥରା ଥାନା ଅଞ୍ଚଳ ଏକ ଛାତ୍ରୀଙ୍କୁ ଗୋଡ଼ ହାତ ବାନ୍ଧି ପାଇଖାନାରେ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି l
ଏହି ଘଟଣା ପୋଲିସ ମଙ୍ଗଳବାର ଅଭିଯୁକ୍ତକୁ ଗିରଫ କରିଥିବା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି l ଅଭିଯୁକ୍ତ ଜଣ ହେଲେ ଭୁବନା ପ୍ରଧାନ (୧୯) ବୋଲି ସୂଚନା ମିଳିଛି l ଖବର ଅନୁସାରେ ଗତ ୨୮ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳ ୭ ଶ୍ରେଣୀ ଛାତ୍ରୀ ଜଣକ ମାଉସୀ ଘର ବାରିପଟକୁ ପିଜୁଳି ଖାଇବାକୁ ଯାଇଥିଲେ। ସେହି ଗ୍ରାମର ସମ୍ପର୍କୀୟ ଭାଇ ଭୁବନା ପ୍ରଧାନ ଛାତ୍ରୀଙ୍କୁ ଟାଣି ଟାଣି ନେଇ ନିକଟରେ ବିଦ୍ୟାଳୟର ପାଇଖାନାରେ ହାତଗୋଡ଼ ବାନ୍ଧି ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାକୁ ନ କହିବା ପାଇଁ ଛାତ୍ରୀଙ୍କୁ ଭୁବନା ଧମକଚମକ ଦେଇଥିଲେ l କିନ୍ତୁ ନିଜ ମା’ଙ୍କୁ ଛାତ୍ରୀ ଜଣକ କହିଥିଲେ।

ସୋମବାର ପୀଡ଼ିତ ମା’ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଥାନା କେଶ ନ ୨୮୦/୨୫ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଛାତ୍ରୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଡାକ୍ତରୀମାଇନା କରିଥିବା ସୂଚନା ମିଳିଛି। ସନ୍ଧ୍ୟାରେ ଅଭିଯୁକ୍ତ ଭୁବନାଙ୍କୁ ଗ୍ରାମରୁ ଉଠାଇ ନେଇ ଥାନା ଅଟକ ରଖି ପଚରାଉଚରା କରି ମଙ୍ଗଳବାର ସକାଳେ ଗିରଫ କରି ଡାକ୍ତରୀମାଇନା କରି ସନ୍ଧ୍ୟାରେ କୋର୍ଟଚାଲାଣ କରାଯିବା ସୂଚନା ମିଳିଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?