ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି କୋର୍ଟ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ୬ମାସ ଅତିରିକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି।

ସୂଚନା ଯୋଗ୍ୟ, ୨୦୨୩ ଅକ୍ଟୋବର ୬ ତାରିଖରେ ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମର ନଡାମ ସାହିରେ ଘରୋଇ କଳିକୁ କେନ୍ଦ୍ର କରି ପ୍ରସନ୍ନ ବାରିକ ତାଙ୍କ ସକ୍ୟୁରିଟି ବନ୍ଧୁକରୁ ଅବିବାହିତା ଭଉଣୀ ମାଳତୀ ବାରିକଙ୍କୁ ଗୁଳି କରିଥିଲେ। ଫଳରେ ମାଳତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ଘଟଣା ସମ୍ପର୍କରେ ଖବର ପାଇ ପଣ୍ଡାପଡ଼ା ପୋଲିସ ପହଞ୍ଚି ମାଳତୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିଲା। ହେଲେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ହତ୍ୟାକାଣ୍ଡକୁ ନେଇ ଗ୍ରାମବାସୀ କିମ୍ବା ତାଙ୍କ ସମ୍ପର୍କୀୟ ଭୟରେ ଏତଲା ନ ଦେବାରୁ ପୋଲିସ ପକ୍ଷରୁ ଏକ ହତ୍ୟା ମାମଲା(ନଂ.୧୪୩/୨୦୨୩) ରୁଜୁ କରାଯାଇଥିଲା। ପଣ୍ଡାପଡା ଥାନା ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପ୍ରସନ୍ନଙ୍କ ମା’ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ କଳିଝଗଡ଼ାକୁ ତାଙ୍କ ସ୍ତ୍ରୀ ପିଲାଙ୍କୁ ନେଇ ବାପ ଘରକୁ ଚାଲିଯାଇଥିବା ଜଣାପଡିଛି।

୧୪ଜଣ ସାକ୍ଷୀ ଏବଂ ପୋଲିସର ତଦନ୍ତ ରିପୋର୍ଟକୁ ଆଧାର କରି କୋର୍ଟ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାର ତଦନ୍ତ ଅବିନାଶ ପରିଡା କରୁଥିବା ବେଳେ ସରକାରଙ୍କ ପକ୍ଷର ପିପି ଭାବେ ପ୍ରଦୀପ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri