ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସ୍ଥାନୀୟ ଉତ୍ତେଇପୁର ଗ୍ରାମର ଦୁର୍ଯ୍ୟୋଧନ ପତିଙ୍କ ପୁଅ ମାନସରଞ୍ଜନ (୨୬)।
ସୂୂଚନାଥାଉ କି, ମଙ୍ଗଳବାର ବୈତରଣୀ ନଦୀ ପୋଲ ନିକଟରେ ମାନସରଞ୍ଜନ ନିଶା କାରବାର ପାଇଁ ଠିଆ ହୋଇଥିବା ବେଳେ ବିଶେଷ ସୂତ୍ରରୁ ଧାମନଗର ପୋଲିସ ଖବର ପାଇ ଅତର୍କିତ ଭାବେ ଚଢ଼ଉ କରିଥିଲା। ଅଭିଯୁକ୍ତ ପୋଲିସକୁ ଦେଖି ଦୌଡି ପଳାଇଯିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ କାବୁ କରି ମାନସ ଠାରୁ ୧୦ ଗ୍ରାମ ୩୦ ମିଲି ଓଜନର ବ୍ରାଉନସୁଗାର ଏବଂ ନଗଦ ୧୨ ହଜାର୧୦୦ ଟଙ୍କା , ଗୋଟିଏ ମୋବାଇଲ ଜବତ କରିଛି। ଥାନା ଏସ୍‌ଆଇ ମହେଶ୍ୱର ପ୍ରଧାନଙ୍କ ଅଭିଯୋଗ କ୍ରମେ ଥାନା କେସ୍‌ ନଂ ୨୫୭/୨୬ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ମାନସରଞ୍ଜନଙ୍କୁ ଗିରଫ କରାଯାଇ ବୁଧବାର କୋର୍ଟ ଚାଲାଣ କରାଯାଇଛି। ଥାନା ଏସ୍‌ଆଇ ନାରାୟଣ ନାୟକ ଘଟଣାର ତଦନ୍ତ ଭାର ନେଇ ତଦନ୍ତ କରୁଛନ୍ତି।

ପ୍ରକାଶଥାଉ କି, ଆନନ୍ଦପୁର ପଞ୍ଚାୟତର ବିଭିନ୍ନ ଗାଁ, ଛକ ବଜାର ଓ ନଦୀବନ୍ଧଗୁଡ଼ିକରେ ଦୀର୍ଘଦିନ ଧରି ଏହି ବ୍ରାଉନସୁଗାର ବେପାର ସାଙ୍ଗକୁ ବେଆଇନ ଚୋରା ନିଶା କାରବାର ବ୍ୟାପକ ଭାବେ ବଢ଼ିବାରେ ଲାଗିଛି। ଏହି ନିଶା କାରବାର ଯୋଗୁ ଯୁବପିଢ଼ି ବିପଥଗାମୀ ହେଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ଚୋରା କାରବାର ଉପରେ ସମ୍ପୂର୍ଣ୍ଣ ରୋକୋ ଲଗାଇବା ପାଇଁ ପୋଲିସ ନିୟମିତ ଚଢ଼ାଉ କରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?