ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛ। ସେମାନେ ବ୍ୟବହାର କରୁଥିବା ଏକ ବାଇକ୍‌ ଓ ୩ଟି ମୋବାଇଲ ଜବତ କରିଥିବା ଏବଂ ଏହି ଘଟଣାରେ କେସ୍‌ ନଂ(ନଂ ୨୦୧/୨୬ରେ ଏକ ମାମଲା ରୁଜୁ ହୋଇଥିବା ଏଏସ୍‌ପି ଅରୂପ ଅଭିଷେକ ବେହେରା ଶନିବାର ପୂର୍ବାହ୍ନରେ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଉଛନ୍ତି ବାସୁଦେବପୁର ଥାନା ଅଧୀନ ଉରୁଣିଆ ଗ୍ରାମର ମନୋଜ କୁମାର ଦାସ, ଲୁଙ୍ଗାଉରୁଣିଆ ଗ୍ରାମର ଶିବ ସୂତାର ଏବଂ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଚାରିଘରିଆ ଗ୍ରାମର ଗୀତାରାଣୀ ବେହେରା। ଏଏସ୍‌ପି ବେହେରା ସୂଚନା ଦେଇ କହିଥିଲେ ଯେ, ୩ ଜଣ ସନ୍ଦେହଜନକ ଅବସ୍ଥାରେ ଥିବା ଦେଖି ପାଟ୍ରୋଲିଂରେ ଥିବା ଏସ୍‌ଆଇ ପ୍ରକାଶ ନାୟକ ଓ କେତେକ କନଷ୍ଟେବଳ ଆଇଆଇସି ଲୋପାମୁଦ୍ରା ନାୟକଙ୍କୁ ଜଣାଇଥିଲେ। ପରେ ଆଇଆଇସି ନାୟକ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଧରିବାରେ ସଫଳ ହୋଇଥିଲେ। ତେବେ ଏହି କାରବାରରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାକୁ ତଦନ୍ତ ଚାଲିଥିବା ଏଏସ୍‌ପି ବେହେରା କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?