ବ୍ରାଉନସୁଗାର ସହ ଗଞ୍ଜେଇ ଜବତ: ବନ୍ଧା ହେଲେ ୩ ଅଭିଯୁକ୍ତ

ବ୍ରହ୍ମପୁର,୨୪।୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଓ ସହରତଳି ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ବିଶେଷ କରି ବ୍ରାଉନସୁଗାର ବେପାରୀ ଅଞ୍ଚଳରେ ସକ୍ରିୟ ହୋଇ ଉଠିଛନ୍ତି। ଗୁରୁବାର ଅବକାରୀ ସଦର ରେଞ୍ଜ ଏବଂ ଭ୍ରାମ୍ୟମାଣ ବିଭାଗ ପକ୍ଷରୁ ଗୋପାଳପୁର ଛକରୁ ପଥରା ଛକର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା।

ଚଢାଉ ବେଳେ ଅଧିକାରୀମାନେ ଗୋପାଳପୁର ଛକରେ ଜଣେ ଯୁବକଠାରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିଲେ। ଏପରିକି ଘଟଣାରେ ସମ୍ପୃକ୍ତ ପଥରା ଗ୍ରାମର ନିଆଜ ଖାନ(୩୯)ଙ୍କୁ ଅଧିକାରୀମାନେ ଧରିବାରେ ସକ୍ଷମ ହୋଇଥିଲେ। ସେହିପରି ପଥରା ଛକରୁ ପୁଣି ଜଣେ ଯୁବକଠାରୁ ୨୫ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିଲା। ଅବକାରୀ ଟିମ୍‌ ଘଟଣାରେ ସମ୍ପୃକ୍ତ ପଥରା ଗାଁର ଭରତ କୁମାର ସାହୁଙ୍କୁ (୩୯) ଗିରଫ କରିଥିଲା।

ଦୁହେଁ ଖୋର୍ଦ୍ଧାରୁ ବ୍ରାଉନ୍ସୁଗାର ଆଣିଥିବା ଅବକାରୀ ବିଭାଗ ଖବର ପାଇଛି। ଅବକାରୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ ନାୟକଙ୍କ ନିର୍ଦ୍ଦେଶ କ୍ରମେ ସଦର ରେଞ୍ଜ ଆଇଆଇସି ଅର୍ଜୁନ ମଲ୍ଲିକ ଏବଂ ଭ୍ରାମ୍ୟମାଣ ସଂସ୍ଥାର ଆଇଆଇସି ମନିଷା ଭୋଳଙ୍କ ନେତୃତ୍ୱରେ ମିଳିତ ଚଢାଉ କରାଯାଇଥିଲା। ଅବକାରୀ ବିଭାଗ ଦୁଇଟି ପୃଥକ ମାମଲା ରୁଜୁ କରି ଗିରଫ ଦୁଇ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ଗତ ୨୦ତାରିଖରେ ଭ୍ରାମ୍ୟମାଣ ଅବକାରୀ ଟିମ୍‌ ଶ୍ରୀରାମନଗର ଛକରୁ ଜଣେ ଯୁବକଠାରୁ ୩୨ଗ୍ରାମ ବ୍ରାଉନସୁଗାର ଜବତ କରିଥିଲା।

ଅନ୍ୟପକ୍ଷେ ଅବକାରୀ ବିଭାଗର ପଥରା ଛକରୁ ଜଣେ ଯୁବକଙ୍କଠାରୁ ୧୦ କେଜି ଗଞ୍ଜେଇ ଜବତ କରିଛି। ଏପରିକି ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କାହ୍ନା ଡାକୁଆଙ୍କୁ (୧୯) ଗିରଫ କରାଯାଇଛି। କାହ୍ନା ଆସିକାର ମୂଳ ବାସିନ୍ଦା ହୋଇଥିବା ବେଳେ ପୁଲ୍ଟାରେ ରହୁଥିଲେ। ଗଞ୍ଜେଇ ଧରି ବ୍ରହ୍ମପୁର ରେଳଷ୍ଟେଶନ ଯାଉଥିବା ଜେରା ବେଳେ ସେ ସ୍ବୀକାର କରିଥିବା ସୂଚନା ମିଳିଛି। ଏନେଇ ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?