ମାଛ ଗାଡ଼ିରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା): ମାଛ ବୁହା ପିକ୍‌ଅପ୍‌ରେ ବାଲେଶ୍ୱରରୁ ବେଆଇନ ଭାବେ ବ୍ରାଉନସୁଗାର ଚାଲାଣ ହେଉଛି । ଖୋର୍ଦ୍ଧାକୁ ଚୋରା ଚାଲାଣ ବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ଭୁବନେଶ୍ୱର ସିଆର୍‌ପି ଛକ ଫ୍ଲାଏ ଓଭର ଉପରୁ ୬୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ସହ ୨ ନିଶାବେପାରୀଙ୍କୁ ଧରିଛି। ଅଭିଯୁକ୍ତଦ୍ୱୟ ହେଲେ ବାଲେଶ୍ୱର ସେକ୍‌ ସଦିରୁଦ୍ଦିନ (୨୯) ଓ ଆଜମେର ଖାନ (୩୫)। ଉଭୟଙ୍କଠାରୁ ୬୬୦ ଗ୍ରାମ ବ୍ରାଉନସୁଗାର, ନିଶା କାରବାରରେ ବ୍ୟବହୃତ ଗାଡି ଓ ମୋବାଇଲ ଫୋନ୍‌ ଜବତ ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ସୋମବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଅଭିଯୁକ୍ତଦ୍ୱୟଙ୍କୁ ରିମାଣ୍ଡରେ ଆଣି ଅଧିକ ତଥ୍ୟ ଯୋଗାଡ କରିବା ପାଇଁ ପୋଲିସ ଯୋଜନା କରିଛି । ସେହିପରି ଅଭିଯୁକ୍ତଦ୍ୱୟ ବାଲେଶ୍ୱର ଓ ଜଲେଶ୍ୱରରେ ଏହି ନିଶା ବେପାର ଦୀର୍ଘଦିନ ଧରି କରିଆସୁଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri