ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି ଘଟଣାରେ ୬ ମହିଳାଙ୍କ ସମେତ ୮ଜଣ ନିଶା ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମୀନାପଡ଼ା ଅଞ୍ଚଳର ଏମ୍‌ଡ଼ି ଇମ୍ରାନ୍‌ ଆଲମ୍‌, ଏମ୍‌ଡ଼ି ଆଲମ୍‌ ଏବଂ ଅନ୍ୟ ୬ଜଣ ମହିଳା। ସେମାନଙ୍କ ନିକଟରୁ ୨୨୦ ଗ୍ରାମ ବ୍ରାଉନସୁଗାର, ନଗଦ ୨,୭୦,୨୪୦ ଟଙ୍କା ଏବଂ ୩ଟି ମୋବାଇଲ ଫୋନ୍‌ ଜବତ ହୋଇଛି। ଜବତ ବ୍ରାଉନସୁଗାରର ବଜାର ଦର ପ୍ରାୟ ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଇଛି। ଏମ୍‌ଡି ଇମ୍ରାନ୍‌ ଆଲମ୍‌ଙ୍କ ନାଁରେ ୨ଟି, ଏମ୍‌ଡ଼ି ଆଲମଙ୍କ ନାଁରେ ୨ଟି ଏବଂ ଅନ୍ୟ ଜଣେ ଅଭିଯୁକ୍ତ ମହିଳାଙ୍କ ନାଁରେ ଗୋଟିଏ ଆପରାଧିକ ମାମଲା ରହିଛି। ଅନ୍ୟମାନଙ୍କ ସମ୍ପର୍କରେ ତଦନ୍ତ ଜାରି ରହିଛି। ପୋଲିସ ଏକ ମାମଲା(ନଂ. ୫୩୮/୨୬) ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଏ ନେଇ ରାଉରକେଲା ଏସ୍‌ପି ନିତେଶ ୱାଧୱାନୀ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଏସ୍‌ପି ୱାଧୱାନୀ ସୂଚନା ଦେଇ କହିଥିଲେ, ଚଳିତ ବର୍ଷର ଏହା ବଡ଼ଧରଣର ଚଢ଼ାଉ। ଗତବର୍ଷ ମଧ୍ୟ ଏହି ଅଞ୍ଚଳଗୁଡ଼ିକରେ ଧରପଗଡ଼ କରାଯାଇ ବ୍ୟାପକ ଡ୍ରଗ୍ସ ଜବତ ହୋଇଥିଲା। ଗୋଇନ୍ଦା ବିଭାଗକୁ ମିଳିଥିବା ସୂଚନାକୁ ଆଧାର କରି ଉକ୍ତ ଚଢ଼ାଉ କରାଯାଇଥିଲା। ବିଶେଷ କରି ଉକ୍ତ ବେପାରୀମାନେ ଯୁବବର୍ଗ ଓ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଥିଲେ। ସେମାନେ ବିଭିନ୍ନ ସ୍ଥାନକୁ ଡ୍ରଗ୍ସ ଚାଲାଣ କରୁଥିଲେ। ଏହା କେବଳ ସ୍ଥାନୀୟ ସମସ୍ୟା ନୁହେଁ ବରଂ ସମଗ୍ର ଦେଶରେ ଏହି ପରିସ୍ଥିତି ରହିଛି। ଏହି ମାମଲାରେ ଅଧିକ ଗିରଫଦାରି ହେବ।

ଅନେକ ତଥ୍ୟକୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ଏହା ଆନ୍ତଃରାଜ୍ୟ ର଼୍ୟାକେଟ ବୋଲି ସନ୍ଦେହ କରାଯାଉଛି। ଅଭିଯୁକ୍ତମାନଙ୍କ ଘରକୁ ଉଚ୍ଛେଦ କରାଯିବ। ଏଥିପାଇଁ ରାଉରକେଲା ଏଡ଼ିଏମ୍‌ ଏବଂ ଇସ୍ପାତ କାରଖାନା କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯିବ। ଏପରିକି ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri