ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର, ଗୋଟିଏ ସ୍କୁଟି ସହ ୨୭୦୦ ଟଙ୍କା ଓ ଦୁଇଟି ମୋବାଇଲ ଜବତ କରାଯାଇଛି। ଗିରଫ ଦୁଇଜଣଙ୍କ ମଧ୍ୟରୁ ଜଣକ ଘର ଭଞ୍ଜନଗରର ଓମ୍‌ ସାଇ ହୋଇଥିବା ବେଳେ ଆଉ ଜଣେ ହେଲେ ଖଲ୍ଲିକୋଟର ଚନ୍ଦନ ମହାପାତ୍ର। ଗିରଫ ଦୁଇଜଣଙ୍କୁ ଆଜି ସନ୍ଧ୍ୟାରେ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଗତିକାଲି ସନ୍ଧ୍ୟାରେ ଭଞ୍ଜନଗର ଥାନା ଏସ୍‌.ଆଇ. ଏସ୍‌.କେ. ସେଠୀ ଏବଂ ଅନ୍ୟ କର୍ମଚାରୀମାନେ ଶାଳୁଆପଲ୍ଲୀ ମୁଖ୍ୟ ରାସ୍ତା ନିକଟରେ ପାଟ୍ରୋଲିଂ ଡ୍ୟୁଟି କରୁଥିଲେ। ଏହି ସମୟରେ ଗୋଟିଏ ସ୍କୁଟିରେ ବସିଥିବା ଦୁଇଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପୋଲିସ ପଚରାଉଚରା କରିଥିଲା। ଏହାପରେ ଯାଞ୍ଚ କରିବା ପରେ ସେମାନଙ୍କଠାରୁ ବ୍ରାଉନସୁଗାର ମିଳିଥିଲା। ଯୁବପିଢ଼ିମାନେ ଦିନକୁ ଦିନ ନିଶା କାରବାର ପ୍ରତି ଯେତିକି ଆଗ୍ରହ ବଢ଼ାଇଛନ୍ତି ତା’ଠାରୁ ଅଧିକ ସେମାନେ ଏହିଭଳି ବେନିୟମ ନିଶା ବ୍ୟବହାର କରୁଛନ୍ତି। ଏହାଦ୍ବାରା ଯୁବପିଢ଼ି ପଥଭ୍ରଷ୍ଟ ହେଉଛନ୍ତି। ଯାହାକି ଚିନ୍ତା ଜନକ ବିଷୟ। ତେଣୁ ନିଶା କାରବାର ଉପରେ ଅଧିକରୁ ଅଧିକ କଡ଼ା କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri