ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି। ସୋହେଲ ଓ ନୁମାନଠାରୁ ପୋଲିସ ୧୨୦ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ହେବ ବୋଲି କୁହାଯାଇଛି। ପଚରାଉଚରାବେଳେ ସେମାନଙ୍କ ସୂଚନା ଆଧାରରେ ବେଆଇନ ବ୍ରାଉନ ସୁଗାର ବେପାରରେ ସମ୍ପୃକ୍ତ ୩ ମହିଳାଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି ବୋଲି ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ(ଏଏସପି) ଶ୍ରୀମନ୍ତ ବାରିକ ସୂଚନା ଦେଇଛନ୍ତି।
ତାଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ, କୋଲକାତାରୁ ବ୍ରାଉନ ସୁଗାର ଚୋରା ଆଣି ଉଭୟ ଅଭିଯୁକ୍ତ ସୋହେଲ ଓ ନୁମାନ ଭିଏସଏସ ମାର୍ଗରେ ଥିବା ଏକ ହୋଟେଲ ପଛପଟେ ବେଆଇନ ଭାବେ ବ୍ରାଉନସୁଗାର ବିକ୍ରୟ କରୁଥିଲେ। ଏ ସମ୍ପର୍କରେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଟାଉନଥାନା ପୋଲିସ ଚଢ଼ାଉ କରି ଉଭୟଙ୍କୁ ଧରି ଥାନାକୁ ଆଣି ପଚରା ଉଚରା କରୁଛି। ସେହିପରି ସମୱଲପୁରରେ ବ୍ରାଉନ ସୁଗାର ବେପାରରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଓ ଏହାର କିଙ୍ଗପିନ କିଏ ସେ ନେଇ ତଦନ୍ତ କରୁଛି ପୋଲିସ ବେଲି କହିଛନ୍ତି ଏଏସପି ବାରିକ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri