Posted inଭଦ୍ରକ

ହେଲ୍‌ମେଟ ଯାଞ୍ଚ ବେଳେ ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ, ୨୨ା୫: ଭଦ୍ରକରେ ଧଳାଜହର କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇଦିନ ତଳେ ଅନ୍ନପାଳ ଛକରେ ହେଲ୍‌ମେଟ ଯାଞ୍ଚ ବେଳେ ଗ୍ରାମାଞ୍ଚଳ ଥାନା ପୋଲିସ ବାଇକ୍‌ ଆରୋହୀଙ୍କଠାରୁ ୨୧ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଥିଲା। ଏଥିସହ ୩ ଯୁବକ ଗିରଫ ହୋଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ଭଦ୍ରକ ସହରାଞ୍ଚଳ ଡାହାଣୀଗଡ଼ିଆ ଛକ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନସୁଗାର ଜବତ ସହ ଦୁଇ ଯୁବକଙ୍କୁ ପୋଲିସ ଗିରଫ କରିଛି। ଟାଉନ ପୋଲିସ ହେଲ୍‌ମେଟ ଚେକିଂ କରୁଥିବା ବେଳେ ବାଇକ୍‌ରେ ଆସୁଥିବା ୨ଯୁବକଙ୍କ ହାବଭାବରେ ସନ୍ଦେହ ସୃଷ୍ଟି ହେବାରୁ ତଲାସି ନେଇଥିଲା। ସେମାନଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନସୁଗାର, ୫୦ଟି ଖାଲି ପୁଡ଼ିଆ ଓ ୨ଟି ମୋବାଇଲ ଜବତ କରାଯାଇଥିଲା। ଗିରଫ ଦୁଇ ଯୁବକ ହେଲେ ଯାଜପୁର ଜିଲା ଶ୍ରୀରାମପୁର ଅଞ୍ଚଳର ସଞ୍ଜୟ ବେହେରା ଓ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ମଠସାହି ଅଞ୍ଚଳର ସତ୍ୟଜିତ ପଣ୍ଡା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ଏଥିରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେ ବିଷୟରେ ଅଧିକ ତଦନ୍ତ ଜାରି ରହିଥିବା ଅତିରିକ୍ତ ଏସ୍‌ପି ଯତୀନ ପଣ୍ଡା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri