କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ ୫୩ ଗ୍ରାମ୍‌ର ବ୍ରାଉନ୍‌ସୁଗାର ଜବତ ହୋଇଛି। ଏହାର ମୂଲ୍ୟ ପ୍ରାୟ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଗୋଇନ୍ଦା ବିଭାଗର ଜଣେ ଅଧିକାରୀ କହିଛନ୍ତି। ଏ ନେଇ ଅଧିକ ତଦନ୍ତ ଜାରି ରହିଛି।

ସୂଚନାନୁଯାୟୀ, କୃଷ୍ଣଚନ୍ଦ୍ର ମଞ୍ଚେଶ୍ୱର ଓ ଆଖପାଖ ଅଞ୍ଚଳରେ ଗତ କିଛି ମାସ ଧରି ବ୍ରାଉନ୍‌ସୁଗାର ବିକୁଥିବା ନେଇ ଗୋଇନ୍ଦା ବିଭାଗକୁ ତଥ୍ୟ ମିଳିଥିଲା। ସକାଳ ପ୍ରାୟ ସାଢ଼େ ୮ଟାରେ ଏକ ଟିମ୍‌ କଳାରାହାଙ୍ଗ ଛକରେ ଡେରା ପକାଇ ଥିଲେ। ଅଭିଯୁକ୍ତ ନିଶାଦ୍ରବ୍ୟ ନେଇ ତାଙ୍କ ଘରକୁ ଯାଉଥିବା ବେଳେ ଅବକାରୀ ଅଧିକାରୀ ତାଙ୍କୁ ଧରିବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri