ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ ଯାଇଛନ୍ତି । କିନ୍ତୁ ଜଣେ ମହିଳା ଅଭିଯୁକ୍ତ ଜେଲ ହାଜତ ଦଣ୍ଡରୁ ବାଦ ପଡିଛନ୍ତି । କାହିଁକି ଏବଂ କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଛି ତାହା ଅଦ୍ୟାବଧି ସ୍ପଷ୍ଟ ହୋଇ ପାରିନି । ଅପରପକ୍ଷେ ରାତିରେ ମହିଳାଙ୍କୁ ଅଟକ ରଖାଯାଇ ପାରିବନି ବୋଲି ନିୟମ ଆଧାର ମହିଳା ଜଣଙ୍କୁ ଛାଡି ଦିଆଯାଇଥିବା କୁହାଯାଉଛି । ଯାହାକି ଏବେ ମୁଖ୍ୟ ଆଲୋଚନାର ବିଷୟ ସାଜିଛି ।

ସୂଚନା ଯୋଗ୍ୟ, କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରୁ ପୋଲିସ ଗତ ଶନିବାର ୧୨ ଗ୍ରାମ ବ୍ରାଉନସୁଗାର ଜବତ କରି ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଗତ ଶନିବାର ଗିରଫ କରିଥିଲା । ସେହି ଶନିବାର ଦିନ ଅଭିଯୁକ୍ତମାନଙ୍କୁ କେନ୍ଦୁଝର ଏଡିଜେ କୋର୍ଟକୁ ଚାଲାଣ କରାଯାଇଥିଲା ।

ଗିରଫ ମଧ୍ୟରେ ଜଣେ ମହିଳା ଥିଲେ । ଗିରଫ ବ୍ୟକ୍ତିମାନେ ନନ୍ଦିପଦା ଥାନା ହାଟଡିହୀ ଗ୍ରାମର ଭାଗିରଥି ପଣ୍ଡା (୩୦ ବର୍ଷ), ଜଳକଳଙ୍ଗ ଗ୍ରାମର ଜଗନ୍ନାଥ ମଲ୍ଲିକ (୨୭ ବର୍ଷ), ଆନନ୍ଦପୁର ଥାନା ଫକୀରପୁର ଗ୍ରାମର ଦୀପ୍ତି ରଞ୍ଜନ ଜେନା (୨୭ ବର୍ଷ) ଏବଂ ବାଲେଶ୍ୱର ଜିଲା ଖଇରା ଥାନା କୁପାରୀ ଗ୍ରାମର ନିନିଲତା ମୁଖି (୬୧ ବର୍ଷ) ଅଟନ୍ତି । ପୋଲିସ ମାମଲା ନଂ ୨୭୪/୨୦୨୬ ପଞ୍ଜିକରଣ କରିଥିଲା। ଆନନ୍ଦପୁର ଉପଖଣ୍ଡରେ ଧଳା ଜହର କାୟା ବିସ୍ତାର କରୁଥିବା ବେଳେ ମହିଳା ଜଣକ ଜେଲ ହାଜତ ଦଣ୍ଡରୁ ବାଦ ପଡିବା ଘଟଣା ଏବେ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ସାଜିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?