ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମଙ୍ଗଳବାର ଅପରାହ୍ନରେ ଧାମନଗର ପୋଲିସ ସୁରାକ ପାଇ କଲ୍ୟାଣୀ ପଞ୍ଚାୟତର କଲ୍ୟାଣୀ ନଗରଠାରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଧରିବାରେ ସକ୍ଷମ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଧୁଷୁରୀ ଥାନା ଖପରପଦା ଗ୍ରାମର ମଣିଭଦ୍ର ସାହୁ। ମଣିଭଦ୍ର ଏକ ସ୍କୁଟି (ନଂ ଓଡ଼ି.୨୨.ଜି.୧୨୭୩) ଯୋଗେ ବ୍ରାଉନସୁଗାର ନେଇ ଯାଉଥିବା ସମୟରେ ପୋଲିସ ତାଙ୍କୁ କାବୁ କରିଥିଲା। ତାଙ୍କ ନିକଟରୁ ୨୨.୯୪୦ ମିଲିଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୨ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହା ସହିତ ନଗଦ ୪,୩୦୦ ଟଙ୍କା, ଗୋଟିଏ ମୋବାଇଲ ଏବଂ ସ୍କୁଟିକୁ ପୋଲିସ ଜବତ କରିଛି।
ବୁଧବାର ଧାମନଗର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିସ୍ତୃତ ସୂଚନା ଦିଆଯାଇଛି। ଥାନା ସବ୍‌-ଇନ୍ସପେକ୍ଟର ନାରାୟଣ ନାୟକଙ୍କ ଅଭିଯୋଗ କ୍ରମେ ଥାନା କେସ୍‌ ନଂ ୨୩୨/୨୬ ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଘଟଣାର ତଦନ୍ତ ଭାର ଏଏସ୍‌ଆଇ ମହେଶ୍ୱର ପ୍ରଧାନଙ୍କୁ ପ୍ରଦାନ କରାଯାଇଛି। ଏହି ଖବରଦାତା ସମ୍ମିଳନୀରେ ଭଦ୍ରକ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଂଶୁମାନ ଦ୍ବିବେଦୀ, ଧାମନଗର ଏସ୍‌ଡିପିଓ ଅନିରୁଦ୍ଧ ମୁଦୁଲି , ଧାମନଗର ଥାନା ଅଧିକାରୀ ଶୁଭ୍ରଜିତ୍‌ ଦାସ ପ୍ରମୁଖ ଉପସ୍ଥିତ ରହି ଅଞ୍ଚଳରେ ନିଶା କାରବାର ବିରୋଧରେ ଅଭିଯାନ ଆହୁରି ଜୋରଦାର କରାଯିବ ବୋଲି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri