ପୁଣି ଧରାପଡ଼ିଲା ଧଳାଜହର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳ ଜିଲାରେ ବ୍ରାଉନ୍‌ସୁଗାର ର଼୍ୟାକେଟ୍‌ ସକ୍ରିୟ ହୋଇଉଠିଛି। ସହରସ୍ଥିତ ରାମେଶ୍ୱରପୁର ରେଳଧାରଣା ପାର୍ଶ୍ୱରେ ଥିବା ଏକ ସିମେଣ୍ଟ ଗୋଦାମ ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ ୭୦୦ ମିଲିଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଛି। ଏହି ଘଟଣାରେ ସ୍ଥାନୀୟ ବାଜିଚୌକ ଜୟଗୋପାଳ ସାହିର ରାହୁଲ କୁମାର ରାଉତ ଓରଫ ଜଗନ (୨୩), ରଗଡ଼ିସାହିର ଗଣେଶ ନାଥ (୨୫), ମୋଟଙ୍ଗା ଥାନା ବୁଢ଼ାପଙ୍କ ଗ୍ରାମର ସୌମ୍ୟରଞ୍ଜନ ଦାସ ଓରଫ ସମୀର (୨୭)ଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଏକ କଳାରଙ୍ଗର କାର (ନଂ. ଓଡି ୦୨ ବିସି ୮୯୫୪), ନଗଦ ୪୦ ହଜାର ୮୦୦ ଟଙ୍କା, ଏକ ମନିପର୍ସରୁ ୧,୩୨୦ ଟଙ୍କା, ୫ ମୋବାଇଲ, ୨ ଭରି ଓଜନର ସୁନା ଚେନ୍‌, ବ୍ରେସଲେଟ୍‌, ସୁନା ମୁଦି ଜବତ ହୋଇଛି। ଜବତ ବ୍ରାଉନ୍‌ ସୁଗାରର ଆନୁମାନିକ ମୂଲ୍ୟ ୧ଲକ୍ଷ ୭୦ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି।
ଢେଙ୍କାନାଳରେ ବ୍ରାଉନ୍‌ସୁଗାର ଭଳି ନିଷିଦ୍ଧ ନିଶାର ଅବାଧ କାରବାର ବଢ଼ିବାରେ ଲାଗିଛି। ଏଥିରେ ସମ୍ପୃକ୍ତ ବ୍ୟବସାୟୀମାନେ ଯୁବପିଢ଼ିଙ୍କୁ ଟାର୍ଗେଟ କରୁଛନ୍ତି। ପୂର୍ବରୁ ଏକାଧିକ ଥର ଧଳାଜହର ଜବତ ହେବା ପରେ ପୋଲିସ ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଥିଲା। ରାମେଶ୍ୱରପୁର ରେଳଧାରଣା ନିକଟରେ ବ୍ରାଉନ୍‌ସୁଗାର ବିକ୍ରି ପାଇଁ ଯୋଜନା ଚାଲିଥିବା ସୂଚନା ମିଳିବା ପରେ ଏସ୍‌ପି ଏଲ୍‌. ଦିବ୍ୟା ଭି.ଙ୍କ ନିର୍ଦ୍ଦେଶରେ ସଦର ଏସ୍‌ଡିପିଓ ବିକାଶ ବେଉରାଙ୍କ ନେତୃତ୍ୱରେ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର, ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀ, ସୌଭାଗ୍ୟ ପାଣି ସଦଳବଳ ଚଢ଼ାଉ କରିଥିଲେ। ଏ ନେଇ ଟାଉନ ଥାନାରେ ନଂ. ୩୪୫/୨୨, ଦଫା ୨୧(ବି), ଏନ୍‌ଡିପିଏସ୍‌ ଆକ୍ଟରେ ଏକ ମାମଲା ରୁଜୁ କରାଯାଇଛି। ଧରାପଡ଼ିଥିବା ସମ୍ପୃକ୍ତ ୩ ଅଭିଯୁକ୍ତ ବ୍ରାଉନସୁଗାର ବ୍ୟବସାୟରେ ଲିପ୍ତ ଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri