୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି ଶନିବାର ସହଦେବଖୁଣ୍ଟା ଥାନା ପରିସରରେ ଆୟୋଜିତ ପ୍ରେସ୍‌ ମିଟ୍‌ରେ ଏସ୍‌ପି ରାଜପ୍ରସାଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଅଭିଯୁକ୍ତ ବେପାରୀ ଜଣକ ଜଳେଶ୍ୱର ଓ ପଶ୍ଚିମବଙ୍ଗ ଅଞ୍ଚଳରୁ ବ୍ରାଉନସୁଗାର କିଣି ବାଲେଶ୍ୱର ତଥା ଆଖପାଖ ଅଞ୍ଚଳରେ ବିକ୍ରି କରିଆସୁଥିଲେ। ସେ ଛୋଟ ଛୋଟ ପୁଡ଼ିଆ କରି ଅରଡ଼ ବଜାରରେ ବିକ୍ରି କରୁଥିବା ଖବର ପାଇ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ ତାଙ୍କ ଘରେ ଚଢ଼ାଉ କରାଯାଇଥିଲା l ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଆଇଆଇସି ଅଜୟ କୁମାର ମୁର୍ମୁ, ଏସ୍‌ଆଇ ମମତା ସିଂ ଓ ଅରବିନ୍ଦ ପାଣିଗ୍ରାହୀ ପ୍ରମୁଖ ସଦଳବଳ ଚଢ଼ାଉ କରି ଅଭିଯୁକ୍ତ କୁର୍ବାନଙ୍କୁ ଗିରଫ କରିଥିଲେ। ଏ ସଂକ୍ରାନ୍ତରେ କେସ୍‌ ନଂ ନଂ ୧୩୪/୨୫ରେ ଏକ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତ ୨୦୧୧ରେ ଏକ ଏନ୍‌ଡିପିଏସ୍‌ କେସ୍‌ ଓ ୨୦୨୦ରେ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିଲେ। ଏଥିସହ ବିଭିନ୍ନ ଥାନାରେ ତାଙ୍କ ନାମରେ ୧୧ଟି ଆପରାଧିକ ମାମଲା ରହିଥିବା ଏସ୍‌ପି ରାଜପ୍ରସାଦ ସୂଚନା ଦେଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ଆଇଆଇସି ଅଜୟ କୁମାର ମୁର୍ମୁ, ଏସ୍‌ଆଇ ଅରବିନ୍ଦ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri