୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି ଶନିବାର ସହଦେବଖୁଣ୍ଟା ଥାନା ପରିସରରେ ଆୟୋଜିତ ପ୍ରେସ୍‌ ମିଟ୍‌ରେ ଏସ୍‌ପି ରାଜପ୍ରସାଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଅଭିଯୁକ୍ତ ବେପାରୀ ଜଣକ ଜଳେଶ୍ୱର ଓ ପଶ୍ଚିମବଙ୍ଗ ଅଞ୍ଚଳରୁ ବ୍ରାଉନସୁଗାର କିଣି ବାଲେଶ୍ୱର ତଥା ଆଖପାଖ ଅଞ୍ଚଳରେ ବିକ୍ରି କରିଆସୁଥିଲେ। ସେ ଛୋଟ ଛୋଟ ପୁଡ଼ିଆ କରି ଅରଡ଼ ବଜାରରେ ବିକ୍ରି କରୁଥିବା ଖବର ପାଇ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ ତାଙ୍କ ଘରେ ଚଢ଼ାଉ କରାଯାଇଥିଲା l ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଆଇଆଇସି ଅଜୟ କୁମାର ମୁର୍ମୁ, ଏସ୍‌ଆଇ ମମତା ସିଂ ଓ ଅରବିନ୍ଦ ପାଣିଗ୍ରାହୀ ପ୍ରମୁଖ ସଦଳବଳ ଚଢ଼ାଉ କରି ଅଭିଯୁକ୍ତ କୁର୍ବାନଙ୍କୁ ଗିରଫ କରିଥିଲେ। ଏ ସଂକ୍ରାନ୍ତରେ କେସ୍‌ ନଂ ନଂ ୧୩୪/୨୫ରେ ଏକ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତ ୨୦୧୧ରେ ଏକ ଏନ୍‌ଡିପିଏସ୍‌ କେସ୍‌ ଓ ୨୦୨୦ରେ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିଲେ। ଏଥିସହ ବିଭିନ୍ନ ଥାନାରେ ତାଙ୍କ ନାମରେ ୧୧ଟି ଆପରାଧିକ ମାମଲା ରହିଥିବା ଏସ୍‌ପି ରାଜପ୍ରସାଦ ସୂଚନା ଦେଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ଆଇଆଇସି ଅଜୟ କୁମାର ମୁର୍ମୁ, ଏସ୍‌ଆଇ ଅରବିନ୍ଦ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri