୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ବାନ୍ଧିଲା ପୋଲିସ

ସାକ୍ଷୀଗୋପାଳ,୨୬ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ପୋଲିସ ପକ୍ଷରୁ ଅପରେଶନ ଚକ୍ର ଆଧାରରେ ନିଶା କାରବାର ବିରୋଧରେ ଚାଲିଥିବା କାର୍ଯ୍ୟାନୁଷ୍ଠାନକୁ ଆଉ ଏକ ସଫଳତା ମିଳିଛି। ବେଆଇନ ନିଶା କାରବାର ଚଳାଉଥିବା ଖବରପାଇ ସତ୍ୟବାଦୀ ଥାନା ପୋଲିସ ସାକ୍ଷୀଗୋପାଳ କଲେଜ ଛକଠାରୁ ଅହମ୍ମଦପୁର ଓ ବାସୁକେରା ରାସ୍ତାରେ ବୁଧବାର ଚଢ଼ାଉ କରିଥିଲା। ସନ୍ଦେହ ଜନକ ଭାବରେ ବୁଲୁଥିବା ସ୍ଥାନୀୟ ଅହମ୍ମଦପୁର ଗ୍ରାମର ସେଖ ସଜ୍ଜିଦଙ୍କୁ ସବ୍‌ ଇନ୍ସପେକ୍ଟର ସୁକାନ୍ତି ମୁର୍ମୁ ପଚରାଉଚରା କରି ଥାନାକୁ ଉଠାଇ ଆଣିଥିଲେ।ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଲାସି କାରାଯାଇ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଜାହାର ମୂଲ୍ୟ ୧ ଲକ୍ଷ ଟଙ୍କା ହେବ। ନଗଦ ଟଙ୍କା ୨୩୫୦ ଏବଂ ବ୍ରାଉନସୁଗାର ପୁଡ଼ିଆ ପ୍ରସ୍ତୁତ କରିବାରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି। ସତ୍ୟବାଦୀ ଥାନା କେସ୍‌ ନଂ ୪୧୬/ ୨୫ ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଛି ବୋଲି ଆଇଆଇସି ବିଜୟ କେତନ ବେହେରା କହିଛନ୍ତି। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ନିଶା କାରବାର ବିରୋଧରେ ଚାଲିଥିବା ଚଢ଼ାଉ ଜୋରଦାର କରାଯିବା ନେଇ ପିପିଲି ଏସ୍‌ଡିପିଓ ଦେବାଶିଷ ମିଶ୍ର ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri