୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି ରାସ୍ତାରେ ସନ୍ଦେହଜନକ ଭାବେ ଯାଉଥିବା ଏକ କାର୍‌ ଓ ଏକ ମୋଟରସାଇକେଲକୁ ଅଟକାଇ ଯାଞ୍ଚ କରିବାବେଳେ ସେଥିରୁ ୪୪ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ସମ୍ପୃକ୍ତ ୫ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ନିକଟରୁ ବ୍ରାଉନସୁଗାର ସହ ଏକ ଫୋର୍ଡ ଇକୋସ୍ପୋର୍ଟ କାର୍‌, ଏକ ହୋଣ୍ଡା ୟୁନିକର୍ଣ୍ଣ ମୋଟରସାଇକେଲ, ୪ଟି ମୋବାଇଲ ଓ ନଗଦ ୧୪,୬୦୦ ଟଙ୍କା ମଧ୍ୟ ଜବତ କରାଯାଇଛି।

ଗିରଫ ଅଭିଯୁକ୍ତମାନେ ହେଲେ ବାଉଁଶଲୁଣ୍ଡିର ଅମିତ୍‌ କୁମାର ବେହେରା, ଚଢ଼େୟାପଲ୍ଲୀର ସରୋଜ ମହାନ୍ତି, ଲଣ୍ଡାଜୁଆଳିର ମାନସ ରଞ୍ଜନ ଜେନା, କାହ୍ନୁ ଚରଣ ଜେନା ଓ ଭଞ୍ଜନଗରର ଏ.ଆର ମହାନ୍ତି। ଘଟଣାସ୍ଥଳରୁ ପୋଲିସ କିଛି ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ତଦନ୍ତ କରି ୫ ଜଣଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ଆଉ ୨ ଜଣ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ମଧ୍ୟ ଗିରଫ ପାଇଁ ଚେଷ୍ଟା ଚାଲିଛି ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା ଏଠାରେ କହିଛନ୍ତି।

ଏନେଇ ଭଞ୍ଜନଗର ଥାନାରେ ଏନ୍‌ଡିପିଏସ୍‌ ଆଇନର ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଥିବାବେଳେ ଗିରଫ ୪ ଅଭିଯୁକ୍ତଙ୍କୁ ଡାକ୍ତରୀ ପରୀକ୍ଷା ପରେ ସ୍ଥାନୀୟ ଅଦାଲତକୁ ଚାଲାଣ କରାଯାଇଛି। ଭଞ୍ଜନଗର ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର ଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ମାମଲାରେ ଆଉ କିଛି ବ୍ୟକ୍ତି ମଧ୍ୟ ଜଡ଼ିତ ଅଛନ୍ତି। ସେମାନଙ୍କୁ ମଧ୍ୟ ଗିରଫ ପାଇଁ ପୋଲିସ ଚେଷ୍ଟା ଚଳାଇଛି। ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଏସ୍‌ଆଇ ସମୀର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri