୨୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୮ା୩: ନିଶା ବେପାରୀଙ୍କୁ ସାବାଡ଼ କରିବା ପାଇଁ ଆକ୍ସନ ମୋଡରେ ବାଲେଶ୍ବର ପୋଲିସ। ଶୁକ୍ରବାର ବିଳମ୍ବିତ ରାତିରେ ଜଳେଶ୍ବର ଏସ୍‌ଡିପିଓଙ୍କ ନେତୃତ୍ୱରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଜଳେଶ୍ବର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଚଢ଼ାଉ କରି କୁଖ୍ୟାତ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ୨୭୫ ଗ୍ରାମର ବ୍ରାଉନସୁଗାର ସମେତ ନଗଦ ୧ ଲକ୍ଷ ୨୩ ହଜାର ୬୦୦ ଟଙ୍କା ଜବତ କରିଛି। ଏହା ସହ ଗୋଟିଏ ବାଇକ୍‌ ଜବତ ହୋଇଛି। ଗିରଫ ହୋଇଥିବା ବ୍ରାଉନସୁଗାର ବେପାରୀର ଘର ଜଳେଶ୍ବର ଥାନା ଅନ୍ତର୍ଗତ ପଥରପୁରା ଗ୍ରାମର ବୋଲି ଜଣାପଡ଼ିଛି। ଜବତ ହୋଇଥିବା ବ୍ରାଉନସୁଗାରର ମୂଲ୍ୟ ୨୭ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଳେଶ୍ୱର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବାଲେଶ୍ବର ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ଗିରଫ ହୋଇଥିବା ବ୍ରାଉନସୁଗାର ବେପାରୀ ପଶ୍ଚିମବଙ୍ଗରୁ ବ୍ରାଉନସୁଗାର ଆଣି ଓଡ଼ିଶାର ବିଭିନ୍ନ ସ୍ଥାନକୁ ସପ୍ଲାଇ କରୁଥିବା ନେଇ ସୂଚନା ମିଳିଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ୫ଟି କେସ୍‌ ଥିବା ନେଇ ଜଣାପଡ଼ିଛି। ଗତକାଲି ବାଇକ୍‌ରେ ବ୍ରାଉନସୁଗାର ନେଇ ଆସୁଥିବା କୌଣସି ସୂତ୍ରରୁ ଖବର ପାଇ ଜଳେଶ୍ବର ପୋଲିସ କୃଷ୍ଣନଗର ନିକଟରେ ଚଢ଼ାଉ କରି ବ୍ରାଉନସୁଗାର ଜବତ କରିଛି। ଏହାସହ ଗୋଟିଏ ମୋବାଇଲ ବ୍ୟାଙ୍କ ପାସ୍‌ବୁକ୍‌, ଏଟିଏମ୍‌ କାର୍ଡ, ପାନ୍‌କାର୍ଡ ଜବତ କରିଛି ପୋଲିସ। ଆଗାମୀ ଦିନରେ ବ୍ରାଉନସୁଗାର କାରବାରର ମୂଳତ୍ପାଟନ ପାଇଁ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରାଯିବ ବୋଲି ବାଲେଶ୍ୱର ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri