ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୯: ଖୋର୍ଦ୍ଧାରେ ଦିନକୁ ଦିନ ବଢ଼ିଚାଲିଛି ବ୍ରାଉନସୁଗାର କାରବାର। ବାରମ୍ବାର ଚଢ଼ାଉ ସତ୍ତ୍ୱେ ଥମିବାର ନାଁ ଧରୁନି। ଯେତିକି ଧରା ହେଉଛି, ସେତିକି ବଢୁଛି। ବ୍ରାଉନସୁଗାର ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର।
ଗୁରୁବାର ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ଗୁରୁଜଙ୍ଗ ଗିନି ଫାକ୍ଟ୍ରି ନିକଟରୁ ୫୧ ଗ୍ରାମ ବ୍ରାଉନସୁଗାର ଜବତ ସହ ୪ଜଣଙ୍କୁ ଗିରଫ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୫ଲକ୍ଷରୁ ଊର୍ଦ୍ଧ୍ୱ ହେବ। ଗିରଫ ଅଭିଯୁକ୍ତ ହେଲେ ଟାଉନ ଥାନା ଗୁରୁଜଙ୍ଗ ଅଞ୍ଚଳର ସର୍ବେଶ୍ୱର ବେହେରା ଓରଫ ବାପି (୨୪) ଓ ଜୀବନ ମିଶ୍ର (୩୦), ମଠ ସାହିର କବିରାଜ ପ୍ରଧାନ (୪୦) ଏବଂ କଟକ ଜିଲା ବାଙ୍କୀ ଥାନା ଚମ୍ପତିପୁର ଅଞ୍ଚଳର ଚିକୁନ କୁମାର ସାହୁ (୨୦)। ଅଭିଯୁକ୍ତଙ୍କଠାରୁ ଦୁଇଟି ବାଇକ୍‌ ଜବତ କରିଛି ପୋଲିସ। ଏନେଇ ଥାନାରେ କେସ୍‌ ନଂ ୪୫୭/୨୨ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।
ସୂଚନା ମୁତାବକଗୁରୁଜଙ୍ଗ ଠାରେ ବ୍ରାଉନସୁଗାର କାରବାର ଚାଲିଥିବା ଖବର ପାଇଥିଲେ ଏସପି ସିଦ୍ଧାର୍ଥ କଟାରିଆ। ଏସ୍‌ପିଙ୍କ ନିର୍ଦ୍ଦେଶ ମୁତାବକ ଖୋର୍ଦ୍ଧା ଏସ୍‌ଡିପିଓ ଦିଲ୍ଲୀପ ଦାସ ଓ ଆଇଆଇସି ତାରିକ ଅହମ୍ମଦଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri