ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୯: ଖୋର୍ଦ୍ଧାରେ ଦିନକୁ ଦିନ ବଢ଼ିଚାଲିଛି ବ୍ରାଉନସୁଗାର କାରବାର। ବାରମ୍ବାର ଚଢ଼ାଉ ସତ୍ତ୍ୱେ ଥମିବାର ନାଁ ଧରୁନି। ଯେତିକି ଧରା ହେଉଛି, ସେତିକି ବଢୁଛି। ବ୍ରାଉନସୁଗାର ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର।
ଗୁରୁବାର ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ଗୁରୁଜଙ୍ଗ ଗିନି ଫାକ୍ଟ୍ରି ନିକଟରୁ ୫୧ ଗ୍ରାମ ବ୍ରାଉନସୁଗାର ଜବତ ସହ ୪ଜଣଙ୍କୁ ଗିରଫ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୫ଲକ୍ଷରୁ ଊର୍ଦ୍ଧ୍ୱ ହେବ। ଗିରଫ ଅଭିଯୁକ୍ତ ହେଲେ ଟାଉନ ଥାନା ଗୁରୁଜଙ୍ଗ ଅଞ୍ଚଳର ସର୍ବେଶ୍ୱର ବେହେରା ଓରଫ ବାପି (୨୪) ଓ ଜୀବନ ମିଶ୍ର (୩୦), ମଠ ସାହିର କବିରାଜ ପ୍ରଧାନ (୪୦) ଏବଂ କଟକ ଜିଲା ବାଙ୍କୀ ଥାନା ଚମ୍ପତିପୁର ଅଞ୍ଚଳର ଚିକୁନ କୁମାର ସାହୁ (୨୦)। ଅଭିଯୁକ୍ତଙ୍କଠାରୁ ଦୁଇଟି ବାଇକ୍‌ ଜବତ କରିଛି ପୋଲିସ। ଏନେଇ ଥାନାରେ କେସ୍‌ ନଂ ୪୫୭/୨୨ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।
ସୂଚନା ମୁତାବକଗୁରୁଜଙ୍ଗ ଠାରେ ବ୍ରାଉନସୁଗାର କାରବାର ଚାଲିଥିବା ଖବର ପାଇଥିଲେ ଏସପି ସିଦ୍ଧାର୍ଥ କଟାରିଆ। ଏସ୍‌ପିଙ୍କ ନିର୍ଦ୍ଦେଶ ମୁତାବକ ଖୋର୍ଦ୍ଧା ଏସ୍‌ଡିପିଓ ଦିଲ୍ଲୀପ ଦାସ ଓ ଆଇଆଇସି ତାରିକ ଅହମ୍ମଦଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?