Posted inଜାତୀୟ

ପ୍ରେମିକାଙ୍କୁ ବାହାହେଲେ ବ୍ରୁନେଇ ଯୁବରାଜ

ବନ୍ଦର ସେରି ବେଗାଓ୍ବନ,୧୨।୧:ଏସିଆର ଅନ୍ୟତମ ସବୁଠୁ ଯୋଗ୍ୟ ବ୍ୟାଚେଲର ଭାବେ ପରିଚିତ ବ୍ରୁନେଇର ଯୁବରାଜ ଅବଦୁଲ ମାଟିନ୍‌ ଏକ ସାଧାରଣ ପରିବାରରେ ଗୁରୁବାର ବିବାହ କରିଛନ୍ତି। ୧୦ ଦିନ ଧରି ଏହି ବିବାହ ଉତ୍ସବ ଚାଲିବ। ରାଜଧାନୀ ବନ୍ଦର ସେରି ବେଗାଓ୍ବନର ସ୍ବର୍ଣ୍ଣଖଚିତ ମସ୍‌ଜିଦରେ ୩୨ ବର୍ଷୀୟ ଯୁବରାଜ ୨୯ ବର୍ଷୀୟା ୟାଙ୍ଗ ମୁଲିଆ ଆନିଶ ରୋସ୍‌ନାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପୋଲୋ ଖେଳୁଥିବା ଯୁବରାଜ ମାଟିନ ହେଉଛନ୍ତି ବିଶ୍ୱର ସବୁଠୁ ଦୀର୍ଘଦିନ ଶାସନରେ ଥିବା ସୁଲ୍‌ତାନ ହାସାନଲ ବୋଲ୍‌କିଆଙ୍କ ଦଶମ ସନ୍ତାନ। ସେ ଏକଦା ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଥିଲେ। ତାଙ୍କ ବୋହୂ ହେଉଛନ୍ତି, ତାଙ୍କ ବାପାଙ୍କ ମୁଖ୍ୟ ଉପଦେଷ୍ଟାଙ୍କ ନାତୁଣୀ। ତାଙ୍କର ଏକ ଫେଶନ ବ୍ରାଣ୍ଡ ରହିଥିବାବେଳେ ସେ ଏକ ପର୍ଯ୍ୟଟନ ବ୍ୟବସାୟର ମାଲିକ। ରବିବାର ୧,୭୮୮ ପ୍ରକୋଷ୍ଠ ବିଶିଷ୍ଟ ରାଜପ୍ରାସାଦରେ ଏହି ରାଜକୀୟ ବିବାହର ସମାପନ ଉତ୍ସବ ଅନୁଷ୍ଠିତ ହେବ। ଅତିଥି ତାଲିକାରେ ଅନ୍ତର୍ଜାତୀୟ ରାଜପରିବାର ସଦସ୍ୟ ଏବଂ ରାଜନେତାମାନେ ରହିଛନ୍ତି। ରବିବାର ହେବାକୁ ଥିବା ବିଶାଳ ଶୋଭାଯାତ୍ରାକୁ ରାସ୍ତା ପାର୍ଶ୍ୱରେ ଛିଡ଼ାହୋଇ ଉପଭୋଗ କିରବାକୁ ବ୍ରୁନେଇ ବାସିନ୍ଦା ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri