ଯାଯାବର ପରିବାରର ୫ଜଣଙ୍କୁ ନିର୍ମମ ହତ୍ୟା: ଅନୁଗୋଳରୁ ୧୩ଜଣଙ୍କୁ ଉଠାଇ ଆଣିଲା ପୋଲିସ ଟିମ୍‌

ସୁନ୍ଦରଗଡ଼,୩୧।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ଥାନା ଅଧୀନ କରମଡିହି ଗୀତାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ଜଣ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୧୩ଜଣଙ୍କୁ ଆଣି ସଦର ଥାନା ଅଟକ ରଖି ପଚରାଉଚରା କରୁଛି।

ମଳିଥିବା ସୂଚନ ମୁତାବକ, ପୋଲିସର ଏକ ଟିମ୍‌ ଅନୁଗୋଳ ଜିଲା ବଅଁରପାଳ ମୁଣ୍ଡାପଡ଼ାରେ ଚଢାଉ କରି ଯାଯାବର ଶ୍ରେଣୀର ୧୩ଜଣଙ୍କୁ ପୋଲିସ ଉଠାଇ ଆଣି ତଦନ୍ତ କରୁଛି। ସୂଚନା ଯୋଗ୍ୟ, ପରକିୟା ପ୍ରୀତିକୁ ନେଇ ଗୋଟିଏ ଗୋଷ୍ଠୀ ୫ ଜଣଙ୍କୁ ମାରଣାସ୍ତ୍ରରେ ଅତି ନିର୍ମମ ଭାବେ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆହତମାନଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର ସଦରଥାନା ପୋଲିସ ସାଇଣ୍ଟିଫିକ ଟିମ୍‌ ଘଟଣାର ତଦନ୍ତ କରୁଛନ୍ତି।

ମଙ୍ଗଳବାର ରାତିରେ ଏକ ବଡ଼ ତମ୍ବୁ ଭିତରେ ଏକ ଯାଯାବର ପରିବାର ପ୍ରାୟ ୨୦ ସଦସ୍ୟ ଶୋଇଥିଲେ। ଅନ୍ୟ ଏକ ଯାଯାବର ଗୋଷ୍ଠୀ ୪ଜଣ ମାରଣାସ୍ତ୍ରରେ ଅତର୍କିତ ଆକ୍ରମଣ କରିଥିଲେ। କେହି କିଛି ଭାବିବା ପୂର୍ବରୁ ଅନେକେ ଲହୁଲୁହାଣ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୩ଜଣ ମହିଳା ଅଛନ୍ତି। ମୃତକମାନେ ହେଲେ ମୃତକମାନେ ହେଲେ ଛମା ଭୋସଲେ(୨୫), ତାଙ୍କ ଭାଇ ସୁବାସ ପାଓ୍ବାର(୨୩), ଚରଣ କୁମାର(୪୫), ତାଙ୍କ ସ୍ତ୍ରୀ କାଇଲା କୁମାର(୩୫), ଦାଦି କୁଣ୍ଡି ପାଓ୍ବାର। ଘଟଣାରେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଅବିନାଶ ପାଓ୍ବାର(୩୦), ପୀୟୂଷ କୁମାର(୩୦), ମଞ୍ଜୁ ପାଓ୍ବାର(୧୦), ଅନିଶାର କୁମାରୀ(୧୨)। ଆହତଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଏବଂ ଆହତ ସମସ୍ତେ ଗୋଟିଏ ପରିବାରର ଅଟନ୍ତି। ଆକ୍ରମଣ କରିଥିବା ଗୋଷ୍ଠୀ ଜଣେ ମହିଳା ଏବଂ ୨ ଶିଶୁଙ୍କୁ ନେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏନେଇ ସଦର ଥାନା ପୋଲିସ କେସ୍‌ ନଂ. ୩୦୧/୨୪ରେ ହତ୍ୟା ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିଛି।

ପୋଲିସ ସୂଚନା ମୁତାବକ, ଗତ କିଛି ମାସ ହେଲା ମହାରାଷ୍ଟ୍ର ୱାର୍ଦ୍ଧା ଅଞ୍ଚଳର କେତେଜଣ ଲୋକ ଆସି କରମଡିହି ଗୀତାପଡ଼ାରେ ତମ୍ବୁ ପକାଇ ରହି ଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅବିନାଶ ପାୱାରଙ୍କ ପ୍ରଥମ ସ୍ତ୍ରୀ ତାଙ୍କୁ ଛାଡ଼ି ଅନ୍ୟ କାହା ସହିତ ଚାଲି ଯାଇଥିଲେ। ଏହା ପରେ ଅବିନାଶ ଆଉ ଜଣେ ମହିଳାଙ୍କୁ ଆଣିଥିଲେ। ପୂର୍ବ ସ୍ତ୍ରୀଙ୍କ ଗୋଟିଏ ପୁଅ ଏବଂ ଦ୍ବିତୀୟ ସ୍ତ୍ରୀଙ୍କ ୨ ଟି ସନ୍ତାନ ରହିଛନ୍ତି। ତେବେ ଦ୍ବିତୀୟ ସ୍ତ୍ରୀଙ୍କୁ ନେଇ ଆଉ ଏକ ଯାଯାବର ଗୋଷ୍ଠୀ ସହିତ ବିବାଦ ଲାଗି ରହିଥିଲା।

ମଙ୍ଗଳବାର ବିଳମ୍ବିତ ରାତିରେ ହଠାତ୍‌ କେତେ ଜଣ ଲୋକ ଆସି ତମ୍ବୁ ଭିତରେ ଶୋଇଥିବା ଲୋକଙ୍କୁ ଭୁଜାଲି, ଖଣ୍ଡା ଦ୍ୱାରା ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ ସଦର ଥାନା ପୋଲିସ ସେମାନଙ୍କୁ ଧରିବା ପାଇଁ ତନାଘନା ଚଳାଇ ପୋଲିସର ୨ଟି ଟିମ୍‌ ଆକ୍ରମଣକାରୀଙ୍କୁ ଧରିବା ପାଇଁ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?