ଯୁବକଙ୍କୁ ନିର୍ମମ ହତ୍ୟା: ମୁଣ୍ଡ ପଡ଼ିଥିଲା ୟୁକାଲପଟାସ ବଗିଚାରେ, ଗଣ୍ଡି ଧାନବିଲରେ

ଲକ୍ଷ୍ନୌ,୨୩ା୭: ଉତ୍ତରପ୍ରଦେଶର ବରେଲିରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ମୃତଦେହକୁ ଦୁଇଟି ଭିନ୍ନ ସ୍ଥାନରେ ଫିଙ୍ଗି ଦିଆଯାଇଛି। ମୁଣ୍ଡ ୟୁକାଲପଟାସ ବଗିଚାରେ ପଡ଼ିଥିବା ବେଳେ ଧାନବିଲରେ ଗଣ୍ଡ ପଡ଼ିଥିଲା। ମୃତଦେହ ମିଳିବା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ସୂଚନା ପାଇ ପୋଲିସ-ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାରେ ଏସ୍‌ଏସ୍‌ପି ଏକ ସିସିଟିଭି ଟିମ୍‌ ମଧ୍ୟ ନିୟୋଜିତ କରିଛି।

ସୂଚନା ଅନୁଯାୟୀ, ଭୋଜିପୁରା ଥାନା ଅନ୍ତର୍ଗତ କାଞ୍ଚନପୁର ଗାଁର ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତଦେହ ୟୁକାଲପଟାସ ବଗିଚାରୁ ମିଳିଥିଲା। ଘଟଣାର ପାରିପାର୍ଶ୍ୱିକ ସ୍ଥିତି ଦେଖିଲେ ହତ୍ୟା ପଛରେ ପାରିବାରିକ କଳହ କିମ୍ବା ପ୍ରେମ ସମ୍ପର୍କ ରହିଥିବା ଅନୁମାନ କରାଯାଉଛି।

ବାସ୍ତବରେ ଗିରି ଜାତିର ଲୋକମାନେ ବରେଲି ଜିଲାର ଭୋଜିପୁରାର କାଞ୍ଚନପୁର ଗ୍ରାମରେ ରୁହନ୍ତି। ଗାଁର ୨୫ ବର୍ଷୀୟ ଛଦ୍ମନାମ ଯୋଗେନ୍ଦର ମେହବୁବ ରବିବାର ସକାଳେ ଘରୁ ବାହାରକୁ ଯାଇଥିଲେ। କିନ୍ତୁ ଯେତେବେଳେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ, ସମ୍ପର୍କୀୟମାନେ ଖୋଜାଖୋଜି ଆରମ୍ଭ କରିଥିଲେ। ଏହି ସମୟରେ, ସ୍ଥାନୀୟ ଲୋକ, ୟୁକାଲପଟାସ ବଗିଚା ନିବାସୀ ପିପଲସାନା ଚୌଧୁରୀ, ଦୀନେଶ ମୌର୍ଯ୍ୟ ଗ୍ରାମବାସୀଙ୍କୁ ମୃତଦେହ ପଡ଼ିଥିବା ସମ୍ପର୍କରେ ସୂଚନା ଦେଇଥିଲେ। ଏହା ପରେ କାଞ୍ଚନପୁରର ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବକ ମେହବୁବ ବୋଲି ଚିହ୍ନଟ କରିଥିଲେ। ସମ୍ପର୍କୀୟମାନେ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଯୁବକଙ୍କ ମୁଣ୍ଡ ସେହି ସ୍ଥାନରୁ ପ୍ରାୟ ୬୦ ମିଟର ଦୂରରେ ପଡ଼ି ରହିଥିଲା। ବର୍ତ୍ତମାନ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri