ଯୁବକଙ୍କୁ ନିର୍ମମ ହତ୍ୟା: ପୋଲିସ ଗୁଳିରେ ଅଭିଯୁକ୍ତ ଆହତ

ସମ୍ବଲପୁର,୧୯।୮(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟାକରି ଫେରାର ଅଭିଯୁକ୍ତ ପୋଲିସ ସହ ଗୁଳି ବିନିମୟରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପୋଲିସ ଗିରଫ କରି ଚିକିତ୍ସା ପାଇଁ ଭିମସାରରେ ଭର୍ତ୍ତି କରିଛି। ତାଙ୍କ ବାମ ଗୋଡ଼ରେ ଗୁଳିବାଜିଛି। ସେ ହେଉଛନ୍ତି ମୋତିଝରଣର ମହମ୍ମଦ ସାମଦ। ତେବେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟତମ ଅଭିଯୁକ୍ତ ମହମ୍ମଦ ସାମଦଙ୍କ ଭାଇ ମହମ୍ମଦ ୱାସିମ ଫେରାର ଅଛନ୍ତି।
ମିଳିଥିବା ସୂଚନା ଅନୁସାରେ, ସୋମବାର ରାତିରେ ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣର ଅସଫାକ ଖାନଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ନିର୍ମମ ହତ୍ୟା କରି ଉଭୟ ଅଭିଯୁକ୍ତ ମହମ୍ମଦ ସମଦ ଓ ତାଙ୍କ ଭାଇ ମହମ୍ମଦ ୱାସିମ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବର ପାଇ ଧନୁପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅସଫାକଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଫଳରେ ପୋଲିସ ତାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅପରପକ୍ଷରେ ମୃତକଙ୍କ ଭାଇ ଜାବିଜ ଖାନଙ୍କ ଲିଖିତ ଅଭିଯୋଗ ଆଧାରରେ ଧନୁପାଲି ଥାନାରେ କେସ ନମ୍ବର ୨୮୦/୨୦୨୫ରେ ଭାରତୀୟ ନ୍ୟାୟ ସଂହିତା ଦଫା ୧୦୩(୧), ୩(୫)ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା।
ଅଭିଯୁକ୍ତଙ୍କୁ ଧରିବା ପାଇଁ। ପୋଲିସ ତୁରନ୍ତ ଏକ ସ୍ବତନ୍ତ୍ର ଦଳ ଗଠନ କରି ଗୋଇନ୍ଦା ସୂଚନା ଆଧାରରେ ମଙ୍ଗଳବାର ପ୍ରାତଃରେ ଖଣ୍ଡୁଆଳ ଗ୍ରାମ ନିକଟରେ ଲୁଚିଥିବା ଅଭିଯୁକ୍ତ ସାମଦଙ୍କୁ ଠାବ କରିଥିଲା। ପୋଲିସ ପକ୍ଷରୁ ଆତ୍ମ ସମର୍ପଣ ପାଇଁ ଆହ୍ବାନ ଦିଆ ଯିବାରୁ ଅଭିଯୁକ୍ତ ସାମଦ ପୋଲିସ ଉପରକୁ ଗୁଳି ଚାଳନା କରିଥିଲେ। ପରେ ପୋଲିସର ପାଲଟା ଗୁଳି ଚାଳନାରେ ସାମଦ ଗୁରୁତର ଆହତ ହୋଇଥିଲେ।
ଅଭିଯୁକ୍ତ ମହମ୍ମଦ ସମଦଙ୍କ ଆଣ୍ଠୁ ତଳେ ବାମ ଗୋଡ଼ରେ ଗୁଳି ବାଜିଥିଲା। ଗୁରୁତର ଆହତ ଅଭିଯୁକ୍ତ ସାମଦଙ୍କୁ ତୁରନ୍ତ ପୋଲିସ ଏସ୍କର୍ଟରେ ବୁର୍ଲା ଭିମସାରକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ତାଙ୍କ ନିକଟରୁ ଏକ ୭.୬ ଏମଏମ ପିସ୍ତଲ, ଗୋଟିଏ ଜୀବନ୍ତ ଗୁଳି ଓ ସେ ଫେରାର ହେବାକୁ ୍ଯଯବହାର କରିଥିବା ବାଇକକୁ ପୋଲିସ ଜବତ କରିଛି। ତେବେ ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri