ଯୁବକଙ୍କୁ ନିର୍ମମ ହତ୍ୟା: ପୋଲିସ ଗୁଳିରେ ଅଭିଯୁକ୍ତ ଆହତ

ସମ୍ବଲପୁର,୧୯।୮(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟାକରି ଫେରାର ଅଭିଯୁକ୍ତ ପୋଲିସ ସହ ଗୁଳି ବିନିମୟରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପୋଲିସ ଗିରଫ କରି ଚିକିତ୍ସା ପାଇଁ ଭିମସାରରେ ଭର୍ତ୍ତି କରିଛି। ତାଙ୍କ ବାମ ଗୋଡ଼ରେ ଗୁଳିବାଜିଛି। ସେ ହେଉଛନ୍ତି ମୋତିଝରଣର ମହମ୍ମଦ ସାମଦ। ତେବେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟତମ ଅଭିଯୁକ୍ତ ମହମ୍ମଦ ସାମଦଙ୍କ ଭାଇ ମହମ୍ମଦ ୱାସିମ ଫେରାର ଅଛନ୍ତି।
ମିଳିଥିବା ସୂଚନା ଅନୁସାରେ, ସୋମବାର ରାତିରେ ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣର ଅସଫାକ ଖାନଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ନିର୍ମମ ହତ୍ୟା କରି ଉଭୟ ଅଭିଯୁକ୍ତ ମହମ୍ମଦ ସମଦ ଓ ତାଙ୍କ ଭାଇ ମହମ୍ମଦ ୱାସିମ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବର ପାଇ ଧନୁପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅସଫାକଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଫଳରେ ପୋଲିସ ତାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅପରପକ୍ଷରେ ମୃତକଙ୍କ ଭାଇ ଜାବିଜ ଖାନଙ୍କ ଲିଖିତ ଅଭିଯୋଗ ଆଧାରରେ ଧନୁପାଲି ଥାନାରେ କେସ ନମ୍ବର ୨୮୦/୨୦୨୫ରେ ଭାରତୀୟ ନ୍ୟାୟ ସଂହିତା ଦଫା ୧୦୩(୧), ୩(୫)ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା।
ଅଭିଯୁକ୍ତଙ୍କୁ ଧରିବା ପାଇଁ। ପୋଲିସ ତୁରନ୍ତ ଏକ ସ୍ବତନ୍ତ୍ର ଦଳ ଗଠନ କରି ଗୋଇନ୍ଦା ସୂଚନା ଆଧାରରେ ମଙ୍ଗଳବାର ପ୍ରାତଃରେ ଖଣ୍ଡୁଆଳ ଗ୍ରାମ ନିକଟରେ ଲୁଚିଥିବା ଅଭିଯୁକ୍ତ ସାମଦଙ୍କୁ ଠାବ କରିଥିଲା। ପୋଲିସ ପକ୍ଷରୁ ଆତ୍ମ ସମର୍ପଣ ପାଇଁ ଆହ୍ବାନ ଦିଆ ଯିବାରୁ ଅଭିଯୁକ୍ତ ସାମଦ ପୋଲିସ ଉପରକୁ ଗୁଳି ଚାଳନା କରିଥିଲେ। ପରେ ପୋଲିସର ପାଲଟା ଗୁଳି ଚାଳନାରେ ସାମଦ ଗୁରୁତର ଆହତ ହୋଇଥିଲେ।
ଅଭିଯୁକ୍ତ ମହମ୍ମଦ ସମଦଙ୍କ ଆଣ୍ଠୁ ତଳେ ବାମ ଗୋଡ଼ରେ ଗୁଳି ବାଜିଥିଲା। ଗୁରୁତର ଆହତ ଅଭିଯୁକ୍ତ ସାମଦଙ୍କୁ ତୁରନ୍ତ ପୋଲିସ ଏସ୍କର୍ଟରେ ବୁର୍ଲା ଭିମସାରକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ତାଙ୍କ ନିକଟରୁ ଏକ ୭.୬ ଏମଏମ ପିସ୍ତଲ, ଗୋଟିଏ ଜୀବନ୍ତ ଗୁଳି ଓ ସେ ଫେରାର ହେବାକୁ ୍ଯଯବହାର କରିଥିବା ବାଇକକୁ ପୋଲିସ ଜବତ କରିଛି। ତେବେ ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri