ମ୍ୟାନ୍‌ମାର ସୈନ୍ୟଙ୍କ ବର୍ବରତା: ୧୯ ଜଣଙ୍କୁ ମାରି ଜାଳିଦେଲେ

ବ୍ୟାଙ୍କକ୍‌, ୧୩ା୫: ମ୍ୟାନ୍‌ମାରର ସାମରିକ ସରକାର ଅମଳରେ ସେନା ବର୍ବରତା ସୀମା ଲଙ୍ଘିଛି। ସୈନ୍ୟମାନେ ୪ ଶିଶୁଙ୍କ ସମେତ ୧୯ ଗ୍ରାମବାସୀଙ୍କୁ ହତ୍ୟା କରିବା ପରେ ସେମାନଙ୍କ ମୃତଦେହକୁ ଜାଳିଦେଇଛନ୍ତି। ବାଗୋ ଅଞ୍ଚଳର ନ୍ୟାୟୁଙ୍ଗ୍‌ ପିନ୍‌ ଥର୍‌ ଗ୍ରାମରେ ବୁଧବାର ସାମରିକ ଶାସନକୁ ବିରୋଧ କରୁଥିବା ପ୍ରତିରୋଧ ବଳର ଜବାବୀ କାର୍ଯ୍ୟାନୁଷ୍ଠାନରେ ସୈନ୍ୟମାନେ ଏଭଳି କାଣ୍ଡ ଭିଆଇଛନ୍ତି। ରେଡିଓ ଫ୍ରି ଏସିଆ ପକ୍ଷରୁ କୁହାଯାଇଛି, ପିପୁଲ୍ସ ଡିଫେନ୍ସ ଫୋର୍ସ ଏବଂ ସେନା ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଡିଫେନ୍ସ ଫୋର୍ସର ସହଯୋଗୀ କରେନ୍‌ ନ୍ୟାଶନାଲ ଲିବରେଶନ ଆର୍ମିର ବିଦ୍ରୋହୀମାନେ ସାମିଲ ହୋଇଥିଲେ। ରେଜିଷ୍ଟାନ୍ସ ଫୋର୍ସ ୨୦ ସୈନ୍ୟଙ୍କୁ ହତ୍ୟା କରିବା ସହ ୩ ଅଧିକାରୀଙ୍କୁ ପଣବନ୍ଦୀ ରଖିଥିଲା। ସୈନ୍ୟମାନେ ଏଥିରେ ଉତ୍ତ୍ୟକ୍ତ ହୋଇ ୧୯ ଜଣଙ୍କ ମୁଣ୍ଡକୁ ଗୁଳି କରିଥିଲେ। ଗ୍ୟାସୋଲିନ୍‌ ଓ ଡିଜେଲ ଢାଳି ମୃତଦେହଗୁଡ଼ିକରେ ନିଆଁ ଲଗାଇଦେଇଥିଲେ। ସେମାନେ ଗ୍ରାମର ଏକ ଦୋକାନରୁ ମଦ ନେଇ ପିଇଥିବା ଜଣେ କୃଷକ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ୨୦୨୧ ଫେବୃୟାରୀ ୧ରେ ଅଙ୍ଗ୍‌ ସାନ୍‌ ସୁ ଚୀଙ୍କ ନର୍ବାଚିତ ସରକାରକୁ ହଟାଇ ସେନା କ୍ଷମତା ଦଖଲ କରିଥିଲା। ଏହାର ପ୍ରତିବାଦରେ ମ୍ୟାନ୍‌ମାରବାସୀ ଆନ୍ଦୋଳନ ଚଳାଇଥିବାବେଳେ ସେନା ପକ୍ଷରୁ ମାତ୍ରାଧିକ ବଳ ପ୍ରୟୋଗ ପୂର୍ବକ ଗଣହତ୍ୟା ଜାରି ରହିଛି, ଯାହାକୁ ଜାତିସଂଘ ନିନ୍ଦା କରିଛି। ଗତ ଫେବୃୟାରୀରୁ ଏପ୍ରିଲ ମଧ୍ୟରେ ସୈନ୍ୟମାନେ ୩୩ ଗ୍ରାମବାସୀଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?