Posted inଜାତୀୟ

ଗାଦି ଛାଡ଼ିବି ନାହିଁ

ନୂଆଦିଲ୍ଲୀ, ୧୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଇସ୍ତଫା ଦେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ସେ ଏହାକୁ ଏକ ଗୁଜବ କହି ଖଣ୍ଡନ କରିଛନ୍ତି। କର୍ନାଟକ ସରକାରରେ ନେତୃତ୍ୱ ପରିବର୍ତ୍ତନ ହେବନାହିଁ ବୋଲି ୟେଦୁରପ୍ପା ସ୍ପଷ୍ଟ କରିଛନ୍ତି।

ଶୁକ୍ରବାର ୟେଦୁରପ୍ପା ନୂଆଦିଲ୍ଲୀରେ ପହଞ୍ଚତ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଉପର ଭଦ୍ରା ପ୍ରୋଜେକ୍ଟକୁ ଜାତୀୟ ପ୍ରକଳ୍ପ ଘୋଷଣା କରିବା ଲାଗି ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିବା ସହ ବେଙ୍ଗାଲୁରୁ ପେରିଫେରାଲ ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପ ପାଇଁ ୬,୦୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ମାଗିଥିଲେ। ଏହା ବ୍ୟତୀତ ମେକେଡାଟୁ ପ୍ରକଳ୍ପ ଏବଂ ଆମେରିକା ବାଣିଜି୍ୟକ ଦୂତାବାସ ସ୍ଥାପନ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଥିଲା। ସେ ଇସ୍ତଫା ଦେଇ ନ ଥିବା ଗଣମାଧ୍ୟମକୁ କହିଛନ୍ତି।

ଶନିବାର ୟେଦୁରପ୍ପା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଥିଲେ। ଦଳରେ ବିଭିନ୍ନ ନେତାଙ୍କଠାରୁ ବିଦ୍ରୋହର ସମ୍ମୁଖୀନ ହୋଇଥିବା ୟେଦୁରପ୍ପା ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସେ ଇସ୍ତଫା ଦେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। ମୋଦିଙ୍କୁ ଭେଟିବା ବେଳେ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇପାରନ୍ତି ବୋଲି ଏକ ସୂତ୍ରରୁ କୁହାଯାଇଥିଲା। ଯଦି ଦଳ ୟେଦୁରପ୍ପାଙ୍କୁ ହଟାଇବା ପାଇଁ ନିଷ୍ପତ୍ତି ନିଏ ତେବେ ଜୁଲାଇ ୨୬ରେ ତାଙ୍କ ଶାସନକୁ ଦୁଇବର୍ଷ ପୂରଣ ହେଉଥିବାରୁ ସେହିଦିନ ତାଙ୍କୁ ବଦଳାଯାଇପାରେ ବୋଲି ମଧ୍ୟ ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri