ବିଏସ୍‌ଏଫ୍‌ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍‌ ଶୋ

ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍‌ଏଫ୍‌ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ସହ ଡଗ୍‌ ଶୋ। ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଜୟପୁର ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅସ୍ତ୍ରଶସ୍ତ୍ର ସହ ଦେଶର ସୁରକ୍ଷା ପାଇଁ ଆବଶ୍ୟକ ସ୍ବତନ୍ତ୍ର ଉପକରଣ ଯନ୍ତ୍ରପାତି ପ୍ରଦର୍ଶନ କରାଯାଇଥିଲା। ଏଥିରେ ଛୋଟ ଯୁଦ୍ଧ ହତିଆର, ଆସଲ୍‌ଟ ରାଇଫଲ, ହେଣ୍ଡ ଗ୍ରେନେଡ, ଅଣ୍ଡର ବେରଲ ଗ୍ରେନେଡ ଲଞ୍ଚର, ମୋର୍ଟସ, ଲାଇଟ ମେଶିନ ଗନସ, ମିଡିୟମ ମେଶିନ ଗନ୍‌ସ, ହ୍ୟାଣ୍ଡ ହେଲ୍‌ଡ ମେଟଲ ଡିଟେକଟର, ଥର୍ମାଲ ଇମେଜିଂ ଡିଭାଇସ, ଲାଇଟ ଭିଜନ ଇକ୍ୟୁପମେଣ୍ଟ ଆଦି ପ୍ରଦର୍ଶନ ହୋଇଥିଲା। ଏହି ଅବସରରେ କଲେଜ ପରିସରରେ ଏକ ଡଗ୍‌ ଶୋ ମଧ୍ୟ ଆୟୋଜିତ ହୋଇଥିଲା। ୫ଟି କୁକୁର ବିଭିନ୍ନ ରଣକୌଶଳ ପ୍ରଦର୍ଶନ କରିଥିଲେ। ବିଏସ୍‌ଏଫ୍‌ ଯବାନମାନେ କିପରି ଦେଶକୁ ସୁରକ୍ଷା ଦେଉଛନ୍ତି ଏବଂ କୁକୁରମାନଙ୍କୁ କିପରି ସିକ୍ୟୁରିଟି ଫୋର୍ସ ଭାବେ ତାଲିମ ମିଳିଛି ସେନେଇ ଛାତ୍ରୀଛାତ୍ରୀଙ୍କୁ ଅବଗତ କରାଯାଇଥିଲା। ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ଓ ଡଗ୍‌ ଶୋ’ ଦ୍ୱାରା ଛାତ୍ରୀଛାତ୍ର ବିଏସ୍‌ଏଫ୍‌କୁ ନେଇ ଯେପରି ନିଜ କ୍ୟାରିୟର କରିପାରିବେ ସେନେଇ ବୁଝାଇଥିଲେ। କାର୍ଯ୍ୟକ୍ରମରେ ବିଏସ୍‌ଏଫ୍‌ ଡିଆଇଜି ମଦନ ଲାଲ, ୧୫୧ ବିଏସ୍‌ଏଫ୍‌ ବାଲାଲିୟନର କମାଣ୍ଡାଣ୍ଟ ଅଜୟ କୁମାର, ପ୍ରଥମ ଓଡ଼ଶା ଇନ୍‌ଫାଣ୍ଟ୍ରି କମ୍ପାନୀର କର୍ନେଲ ନବୀନ ପରାଶର, କଲେଜ ଅଧ୍ୟକ୍ଷ ଗୋପାଳ ହାଲ୍‌ଦାର, ଡିଆଇଜି ମଦନ ଲାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri