ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ)। ରାଜ୍ୟରେ ଯଦି କୋଭିଡ୍‌ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ ରୁହେ, ତେବେ ପରିଷଦ ପକ୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ଏହି ବ୍ୟବସ୍ଥା ଅନୁସାରେ ପରୀକ୍ଷା କରାଯିବ।

ଶିକ୍ଷାବର୍ଷ ୨୦୨୧ ଜୁଲାଇରୁ ଆରମ୍ଭ ହୋଇ ୨୦୨୨ ଏପ୍ରିଲରେ ଶେଷ ହେବ। ଏହି ସମୟରେ ୪ଟି ଫର୍ମେଟିଭ୍‌ ଆସେସମେଣ୍ଟ ଓ ୨ଟି ସମେଟିଭ୍‌ ଆସେସମେଣ୍ଟ ହେବ। ୪ଟି ଫର୍ମେଟିଭ୍‌ ଆସେସମେଣ୍ଟ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ, ନଭେମ୍ବର ପ୍ରଥମ ସପ୍ତାହ, ଜାନୁଆରୀ ଦ୍ୱିତୀୟ, ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ଶ୍ରେଣୀ ଶିକ୍ଷକଙ୍କ ଦ୍ୱାରା ପରିଚାଳନା କରାଯିବ। ତେବେ ପ୍ରଶ୍ନପତ୍ର ପ୍ରସ୍ତୁତି କରିବ ମାଧ୍ୟମିକ ଶିକ୍ଷା ପରିଷଦ। କୌଣସି ପରିସ୍ଥିତିରେ ଯଦି ଫାଇନାଲ ପରୀକ୍ଷା ନ ହୁଏ ତେବେ ଆସେସମେଣ୍ଟ ଟେଷ୍ଟ ଆଧାରରେ ମୂଲ୍ୟାଙ୍କନ ହେବ। ତେଣୁ ଅଭିଭାବକ ଓ ଛାତ୍ରୀଛାତ୍ରମାନେ ସବୁ ପରୀକ୍ଷାକୁ ଗୁରତ୍ୱ ଦିଅନ୍ତୁ ବୋଲି ବୋର୍ଡ ପକ୍ଷରୁ ପରାମର୍ଶ ଦିଆଯାଇଛି। କୋଭିଡ୍‌ ପରିସ୍ଥିତିକୁ ଅନୁଧ୍ୟାନ କରି ମାଟ୍ରିକ ପରୀକ୍ଷା ଦିଗରେ ଚୂଡ଼ାନ୍ତ ନିଷ୍ପତ୍ତି ଆଗାମୀ ଦିନରେ ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri