ବଢିଲା OTET ୨୦୨୫ ଫର୍ମ ପୂରଣ ସମୟସୀମା, ଏହିଦିନ ଯାଏ ମିଳିଲା ସୁଯୋଗ

ଭୁବନେଶ୍ୱର,୨୪ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ସୋମବାର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ୨୦୨୫ ପାଇଁ ଫର୍ମ ପୂରଣର ସମୟସୀମାକୁ ବୃଦ୍ଧି କରିଛନ୍ତି। BSE ଓଡ଼ିଶା ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ, ଓଟିଇଟି ପରୀକ୍ଷା ୨୦୨୫ ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖକୁ ନଭେମ୍ବର ୨୭, ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

“ରାଜ୍ୟର ବିଭିନ୍ନ ପ୍ରାର୍ଥୀଙ୍କ ଅନୁରୋଧକୁ ବିଚାରକୁ ନେଇ ଓଟିଇଟି ପରୀକ୍ଷା, ୨୦୨୫ ପାଇଁ ଫର୍ମ ପୂରଣର ଶେଷ ତାରିଖକୁ ୨୭.୧୧.୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଗଲା। ୨୭.୧୧.୨୦୨୫ ପରେ ଆଉ କୌଣସି ସମୟସୀମା ବୃଦ୍ଧି କରାଯିବ ନାହିଁ,” ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

ପୂର୍ବରୁ ଫର୍ମ ପୂରଣ ଶେଷ ତାରିଖ ନଭେମ୍ବର ୨୫ ଥିଲା। ଆଶାୟୀମାନେ ଅଫିସିଆଲ ୱେବସାଇଟ୍ www.bseodisha.ac.in ରେ ଯାଇ ଫର୍ମ ପୂରଣ କରିପାରିବେ।

ଓଟିଇଟି ୨୦୨୫ ପରୀକ୍ଷା ଡିସେମ୍ବର ୧୭, ୨୦୨୫ ତାରିଖରେ ଅନୁଷ୍ଠିତ ହେବ। ପେପର-୧ ସକାଳ ୯ ଟାରୁ ୧୧.୩୦ ପର୍ଯ୍ୟନ୍ତ। ପେପର-୨ ଅପରାହ୍ନ ୨ ଟାରୁ ୪.୩୦ ପର୍ଯ୍ୟନ୍ତ।ପ୍ରାର୍ଥୀମାନେ ଡିସେମ୍ବର ୧୦, ୨୦୨୫ ଠାରୁ ଅଫିସିଆଲ୍ ୱେବସାଇଟ୍ www.bseodisha.ac.in ରୁ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri