ବଣ୍ଡାଘାଟିରେ ବିଏସ୍‌ଏଫ୍‌ ଆଇଜି

କୁଡୁମୁଲୁଗୁମ୍ମା,୬।୩(ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଅଣ୍ଡ୍ରାହାଲ୍‌ ପଞ୍ଚାୟତକୁ ଶନିବାର ବିଏସ୍‌ଏଫ୍‌ ଆଇଜି ସତୀଶ ଚନ୍ଦ୍ର ବୁଡାକୋଟି ଗସ୍ତ କରିଛନ୍ତି। ଏହି ଅବସରରେ ସେଠାରେ ଆୟୋଜିତ ଏକ ଚିକିତ୍ସା ଶିବିରରେ ଯୋଗଦେଇ ଅଣ୍ଡ୍ରାହାଲ୍‌ ଓ ମୁଦୁଲିପଡ଼ାରେ ବିଏସ୍‌ଏଫ୍‌ କ୍ୟାମ୍ପ ଯୋଗୁ ଜନସାଧାରଣ ଉପକୃତ ହେଉଥିବା ସେ ପ୍ରକାଶ କରିଥିଲେ। ଲୋକମାନଙ୍କ ସୁରକ୍ଷା ଏବଂ ବିଏସ୍‌ଏଫ୍‌ର କାର୍ଯ୍ୟ କରିବା ଶୈଳୀ ସମ୍ପର୍କରେ ଅବଗତ କରାଇ ଲୋକଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଅଣ୍ଡ୍ରାହାଲ୍‌ରେ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ପରଠାରୁ ଲୋକଙ୍କ ମନରୁ ଭୟ ଦୂରହୋଇ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି ବୋଲି ପ୍ରକାଶ କରି ଶିବିରରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଲୋକଙ୍କୁ ଔଷଧ ବଣ୍ଟନ କରିଥିଲେ। ଏହି ଅବସରରେ ୨ଶହ ଗ୍ରାମବାସୀଙ୍କୁ କପଡ଼ା ,ସାନିଟାରି, ଟିଫିନ ଓ ଛତା ଆଦି ଉପକରଣ ବଣ୍ଟନ କରିଥିଲେ। ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ଓ ଯୁବକମାନଙ୍କୁ ବାଦ୍ୟଯନ୍ତ୍ର ଓ କ୍ରୀଡ଼ା ଉପକରଣ ବଣ୍ଟିଥିଲେ। ଏହି ଅବସରରେ କେତେଜଣ ଗ୍ରାମବାସୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କୋରାପୁଟ ଡିଆଇଜି ମଦନ ଲାଲ, ୬୫ ବିଏସ୍‌ଏଫ୍‌ ବାଟାଲିୟନର କମାଣ୍ଡିଂ ଅଫିସର ଟି.ଏନ୍‌. ରେଡ୍ଡିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ବିଲରୁ ଘରକୁ ଫେରିବା ବେଳେ ହେଲା ବଜ୍ରପାତ, ସ୍ଵାମୀ ଆଗରେ ଗଲା ସ୍ତ୍ରୀର ଜୀବନ

କାଲିମେଳା,୨୯।୫(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ମହାରାଜପଲ୍ଲୀ ପଞ୍ଚାୟତ ସଦର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ସ୍ବାମୀ…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ

ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍‌ ଦେଇ…

ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍‌ ପାଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri