ଜନ୍ମମାଟିରେ ବିଏସ୍‌ଏଫ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଛତ୍ରପୁର,୬।୨(ଦିଲୀପ ସାମଲ): ବିଏସ୍‌ଏଫ ଯବାନ କେ.ସୋମନାଥଙ୍କ ଗୁରୁବାର ଜନ୍ମମାଟି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବାଳକୃଷ୍ଣପୁର ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବାଟାଲିଅନ ୟୁନିଟ୍‌ ପକ୍ଷରୁ ଗାର୍ଡ ଅଫ୍‌ ଅନ୍‌ର ଦିଆଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ଉପସ୍ଥିତ ଗ୍ରାମବାସୀ ଭାରତ ମାତା କି ଜୟ, ଅମର ରହେ ଯବାନ ସୋମନାଥ ଧ୍ୱନିରେ ଅଞ୍ଚଳ ଫାଟି ଉଠିଥିଲା। ଏପରିକି ଉପସ୍ଥିତି ସମସ୍ତଙ୍କ ଆଖିରେ ଛଳଛଳ ଲୁହ ଝରି ପଡିଥିଲା । ମାଟିର ଜଣେ ବୀର ଯବାନଙ୍କୁ ସବୁଦିନ ପାଇଁ ହରାଇବା ଗ୍ରାମବାସୀ ପ୍ରକାଶ କରିଛନ୍ତି।

ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ବାଳକୃଷ୍ଣପୁର ଗ୍ରାମର କେ.ବୁଦ୍ଧିଆ ପାତ୍ରଙ୍କ ପୁଅ କେ.ସୋମନାଥ ବିଏସ୍‌ଏଫ ୧୬୩ ବାଟାଲିଅନ ମିଜୋରାମରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ। ହେଲେ ସେ ଜେଣ୍ଡିସ ରୋଗରେ ଆକ୍ରାନ୍ତ ଥିବାରୁ ୨୯ ଜାନୁଆରୀ ୨୦୨୫ରୁ ଦୁଇ ମାସ ପାଇଁ ଛୁଟିରେ ଗାଁକୁ ଆସିଥିଲେ। ପରବର୍ତ୍ତୀ ସମୟରେ ସେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

ସେଠାରେ ଚିକିତ୍ସା ପରେ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଶେଷ ଉନ୍ନତି ନ ଆସିବାରୁ ହସ୍ପିଟାଲ ପକ୍ଷରୁ ସୋମନାଥକୁ ଘରକୁ ପଠାଇ ଦିଆଯାଇଥିଲା। ବୁଧବାର ରାତିରେ ଗାଁରେ ଯବାନ କେ.ସୋମନାଥଙ୍କ ମୃତ୍ୟୁ ଘଟିଥିଲା। ଖବର ପଚାରିତ ହେବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।

ଖବର ପାଇ ଖୋର୍ଦ୍ଧା ସ୍ଥିତ ବିଏସ୍‌ଏଫ କ୍ୟାମ୍ପରୁ ଏକ ପ୍ରତିନିଧି ଦଳ ଗାଁରେ ପହଞ୍ଚିଥିଲେ। ଗ୍ରାମବାସୀଙ୍କ ସହ ପ୍ରତିପନିଧି ଦଳ ପାଥିବ ଶରୀରକୁ ଏକ ଶୋଭାଯାତ୍ରାରେ ଗାଁ ଶ୍ମଶାନକୁ ଆଣିଥିଲେ। ସେଠାରେ ବିଏସ୍‌ଏଫଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବା ସହ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ପରେ ଅନ୍ତିମ ସଂସ୍କାର କରାଯାଇଥିଲା। ପୁଅ ଦିଲୁ ମୁଖାଗ୍ନି ଦେଇଥିଲେ।

ସୂଚନା ଯୋଗ୍ୟ, ସୋମନାଥଙ୍କ ପରିବାର କହିଲେ ସ୍ତ୍ରୀ ଲକ୍ଷ୍ମୀ, ଝିଅ କେ.ଲିପିକା ପାତ୍ର ଓ ପୁଅ କେ.ଦିଲୁ ପାତ୍ର। ଝିଅ ଓ ପୁଅ ଫେବୁଆରୀରେ +୨ ଓ ଦଶମ ପରୀକ୍ଷା ଦେବେ ବୋଲି ଜଣାପଡିଛି। ମୃତ ଯବାନ ଜଣକ ଉତ୍ତମ ଚରିତ୍ର ସହିତ ମେଳାପି ବ୍ୟକ୍ତି ଥିଲେ । ସୋମନାଥଙ୍କ ବିୟୋଗରେ ଶୋକରଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri