Posted inଜାତୀୟ

ବିବାହ ପାଇଁ ଓଡ଼ିଆ ଯବାନଙ୍କୁ ହେଲିକପ୍ଟରରେ ପଠାଇଲା ବିଏସ୍‌ଏଫ୍‌

ଶ୍ରୀନଗର,୨୮ା୪: ଜମ୍ମୁ-କଶ୍ମୀର ମାଛିଲ ସେକ୍ଟରରେ ମୁତୟନ ଥିବା ଜଣେ ଓଡ଼ିଆ ଯବାନଙ୍କୁ ତାଙ୍କ ବିବାହ ପାଇଁ ଘରେ ପହଞ୍ଚାଇବା ଲାଗି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏକ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରିଛି। ନୟାଗଡ଼ର ୩୦ ବର୍ଷୀୟ ନାରାୟଣ ବେହେରା ବିଏସ୍‌ଏଫ୍‌ରେ କନଷ୍ଟେବଳ ଭାବେ କାର୍ଯ୍ୟରତ। ସେ ମାଛିଲ ସଂଲଗ୍ନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ କାମ କରୁଛନ୍ତି। ମେ ୨ରେ ତାଙ୍କ ବାହାଘର। ସେ ନିୟୋଜିତ ଥିବା ସ୍ଥାନରୁ ନୟାଗଡ଼ ପ୍ରାୟ ୨,୫୦୦ କିଲୋମିଟର ଦୂର। ହେଲେ ଏଲ୍‌ଓସିରୁ ତୁରନ୍ତ ଫେରିବା ପାଇଁ ସୁବିଧା ନାହିଁ। ଏ ନେଇ ନାରାୟଣଙ୍କ ପରିବାର ଲୋକେ ୟୁନିଟ କମାଣ୍ଡରଙ୍କୁ ଯୋଗାଯୋଗ କରିଥିଲେ। ବାହାଘରର ସମସ୍ତ ବ୍ୟବସ୍ଥା ସରିଛି। ତାଙ୍କୁ ତୁରନ୍ତ ଘରକୁ ପଠାଇବା ପାଇଁ ଅନୁରୋଧ କରିଥିଲେ। ବିଏସ୍‌ଏଫ୍‌ ଆଇଜି ରାଜାବାବୁ ସିଂଙ୍କୁ ଏ ନେଇ ଅଧିକାରୀଙ୍କୁ ଅବଗତ କରାଇଥିଲେ। ରାଜାବାବୁ ଶ୍ରୀନଗରରେ ଥିବା ଚିତା ହେଲିକପ୍ଟରରେ ନାରାୟଣଙ୍କୁ ପଠାଇବା ଲାଗି ବନ୍ଦୋବସ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଯବାନଙ୍କ ପାଇଁ ସୁରକ୍ଷା ବଳର ଏପରି ପଦକ୍ଷେପକୁ ପ୍ରଶଂସା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri